ତେଜିଲା ବ୍ୟାନ୍ ବିବାଦ: ଗଣମାଧ୍ୟମ ଆଗରେ ଜବାବ ରଖିଲେ ମନୋଜ, କହିଲେ-‘ମୁଁ ଟୁଟୁ ନାୟକଙ୍କୁ ବ୍ୟାନ୍ କରୁଛି’

ଭୁବନେଶ୍ୱର,୨୮/୧୦: ଓଡ଼ିଆ ଫିଲ୍ମ ପ୍ରଯୋଜକ ସଂଘ ମିଶ୍ରଙ୍କୁ ବ୍ୟାନ କରିବା ଘଟଣାକୁ ନେଇ ବିବାଦ ବଢିଚାଲିଛି। ଗତ ଦୁଇ ଦିନ ହେବ ବିଭିନ୍ନ ଲୋକେ ଏହି ପ୍ରସଙ୍ଗରେ ବୟାନ ଦେବା ମଧ୍ୟରେ ବଲାଙ୍ଗୀରି ବିଧାୟକ ନରସିଂହ ମିଶ୍ରଙ୍କ ବୟାନ ଏହି ଘଟଣାକୁ ଅଧିକ ବିବାଦ ଘେରକୁ ନେଇଯାଇଛି।

ସେହିପରି ଘଟଣାରେ ପୂର୍ବରୁ ମୁହଁ ଖୋଲିଥିବା ମନୋଜ ଶନିବାର ଏକ ସାମ୍ବାଦିକ ସମ୍ମିଳନୀ କରି ଘଟଣା ସମ୍ପର୍କରେ ବୟାନ ରଖିଛନ୍ତି। ମନୋଜ କହିଛନ୍ତି ଫିଲ୍ମ ଇଣ୍ଡଷ୍ଟ୍ରୀ କହିଲେ କଟକ, ଭୁବନେଶ୍ୱରକୁ ବୁଝେନାହିଁ। ଫିଲ୍ମ ଇଣ୍ଡଷ୍ଟ୍ରୀ ସାରା ଓଡ଼ିଶାର, ମୁଁ ଜଣେ ଓଡ଼ିଆ । ମୋତେ ବ୍ୟାନ୍ କରାଯାଇଛି ବୋଲି କିଛି ଚିଠି ପାଇନି। ଟୁଟୁ ନାୟକ ବ୍ୟାନ୍ କରାଯାଇଥିବା ଖବର ମିଡିଆରେ କହିଛନ୍ତି । ତେବେ ମୁଁ ସେହି ଟୁଟୁ ନାୟକଙ୍କୁ ବ୍ୟାନ୍ କରୁଛି । ଟୁଟୁ ନାୟକଙ୍କ କୌଣସି ଫିଲ୍ମରେ ଅଭିନୟ କରିବିନି । ଏହା ସହିତ ମନୋଜ ପ୍ରଶ୍ନ କରିଛନ୍ତି କି ସେ ମୋତେ ବ୍ୟାନ୍ କରିବାକୁ କିଏ ? ତେବେ ଅନୁଭବ, ଅରିନ୍ଦମ ଟୁଟୁ ନାୟକ ଚକ୍କରରେ ପଡ଼ି ଯାଇଥିବା ମନୋଜ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ମନୋଜ ଅନେକ ଉତ୍ତର ରଖିଥିଲେ ମଧ୍ୟ ସାମ୍ବାଦିକଙ୍କ ପ୍ରଶ୍ନକୁ ସାମ୍ନା କରିନପାରି ଉଠି ଚାଲିଯାଇଥିଲେ। କିଛି ସାମ୍ବାଦିକ ନରସିଂହ ମିଶ୍ରଙ୍କ କଥା ପଚାରିବାରୁ ଉତ୍ତର ନଦେଇ ଉଠିଗଲେ ମନୋଜ ଉଠିପଳାଇଥିଲେ। ତେବେ ମନୋଜ କେବଳ ଏତିକି କହିଥିଲେ ଯେ, ଏହା ସେମାନେ ନିଜ ନିଜ ପ୍ରତିକ୍ରିୟା ଯାହା ସେମାନେ ନିଜସ୍ୱ ଢଙ୍ଗରେ ଦେଉଛନ୍ତି।

ତେବେ ମନୋଜଙ୍କ ଏହି ବୟାନ ପରେ ପୁଣି ମନ୍ତବ୍ୟ ଦୋହରାଇଥିଲେ କଂଗ୍ରେସ ନେତା ନରସିଂହ ମିଶ୍ର, କହିଛନ୍ତି । ଏହା ସହିତ ସେ କହିଛନ୍ତି ଯେ, ଅଭିନେତା ମନୋଜ ମିଶ୍ରଙ୍କୁ ବାସନ୍ଦ କରିବା ଦୁର୍ଭାଗ୍ୟଜନକ । ଏଥିରୁ ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ସ୍ପଷ୍ଟ ହେଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?