Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନକ୍‌ଭୀ ଅଜମେର ଦରଘାରେ ଚାଦର ଚଢ଼ାଇଲେ…

ଅଜମେର, ୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ କେନ୍ଦ୍ରୀୟ ଅଳ୍ପ ସଂଖ୍ୟକ ମନ୍ତ୍ରୀ ମୁକ୍ତାର ଅବ୍ବାସ ନକ୍‌ଭୀ ଆଜମେରର ସୁଫି ସନ୍ଥ ଖ୍ବାଜା ମୋଇନୁଦ୍ଦିନ୍‌ ଚିସ୍ତିଙ୍କ ଦରଘାରେ ଚାଦର ଚଢ଼ାଇଛନ୍ତି। ଏହି ଅବସରରେ ନକ୍‌ଭୀ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ସମ୍ପର୍କରେ ଉଲ୍ଲେଖ କରି କହିଛନ୍ତି ଯେ ସୁଫି ସନ୍ଥଙ୍କ ଚିନ୍ତାଧାରା, ସେମାନଙ୍କ ରୀତିନୀତି ଏବଂ ସମାଜର ଅନ୍ତର୍ଭୂକ୍ତ ସଶକ୍ତିକରଣର ସଂକଳ୍ପ ଭାରତକୁ ବିଶ୍ୱ ଗୁରୁ ଭାବେ ଉଭା କରିବାରେ ସହାୟତା ଯୋଗାଇ ଦେଇଛି।

ନକ୍‌ଭୀ କହିଛନ୍ତି ଯେ ଅଷ୍ଟମ ଥର ପାଇଁ ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ତରଫରୁ ଏଠାରେ ଚାଦର ଚଢ଼ାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପଠାଯାଇଥିବା ଚାଦରକୁ ସେଠାରେ ଉପସ୍ଥିତ ଥିବା ଶ୍ରଦ୍ଧାଳୁମାନଙ୍କ ଦ୍ୱାରା ପୂର୍ଣ୍ଣ ସମ୍ମାନର ସହିତ ସ୍ବାଗତ କରାଯାଇଥିଲା ଏବଂ ଖ୍ବାଜା ଗରିବ ନୱାଜଙ୍କୁ ଲାଗି କରାଯାଇଥିଲା। ଏକ ସରକାରୀ ବିବୃତ୍ତି ଅନୁଯାୟୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଖ୍ବାଜା ମୋଇନୁଦ୍ଦିନ ଚିସ୍ତିଙ୍କ ୮୧୦ ତମ ଉର୍ସ ଉତ୍ସବ ଅବସରରେ ସାରା ବିଶ୍ୱରେ ତାଙ୍କ ଅନୁଗାମୀମାନଙ୍କୁ ଅଭିନନ୍ଦନ ଓ ହାର୍ଦ୍ଦିକ ଶୁଭେଚ୍ଛା।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଗରିବ ନୱାଜଙ୍କ ଆଦର୍ଶ ଏବଂ ଚିନ୍ତାଧାରା ଦ୍ୱାରା ସମଗ୍ର ବିଶ୍ୱ ମାନବ ଚେତନା ଅନୁପ୍ରାଣିତ ହେଉଛି। ଏହି ଉର୍ସ ଉତ୍ସବ ସୌହାର୍ଦ୍ଦ୍ୟ ଏବଂ ଭ୍ରାତୃତ୍ୱର ଉଦାହରଣର ସୃଷ୍ଟି କରି ସର୍ବଦା ଶ୍ରଦ୍ଧାଳୁଙ୍କ ବିଶ୍ୱାସକୁ ସୁଦୃଢ଼ କରୁଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଏହି ବିଶ୍ୱାସ ସହିତ ଖ୍ବାଜା ମୋଇନୁଦ୍ଦିନ ଚିସ୍ତିଙ୍କର ବାର୍ଷିକ ଉର୍ସ ଅବସରରେ ମୁଁ ଦରଘା ଅଜମେର ଶରିଫ ପକ୍ଷରୁ ଦେଶବାସୀଙ୍କ ସୁଖ ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?