ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ଅଗ୍ନିଶମ କାର୍ଯ୍ୟାଳୟ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ସାହାର ପଡ଼ା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ କୁମାର ସାହୁଙ୍କ ଅଧ୍ୟକ୍ଷତା କରିଥିଲେ। କାର୍ଯ୍ୟକ୍ରମକୁ ଯୁବନେତା ବିପ୍ଲବ କୁମାର ପୃଷ୍ଟି ସଂଯୋଜନା କରିଥିଲେ। ଏଥିରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇ କର୍ମୀମାନଙ୍କୁ ଉଦବୋଧନ ଦେଇ ଆଗାମୀ ପଞ୍ଚାୟତ ନିର୍ବାଚନ ସହ ସାଧାରଣ ନିର୍ବାଚନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତରେ ସାମିଲ ହୋଇ ଭାଜପାକୁ ଗାଦିଚ୍ୟୁତ କରି ବିଜେଡିକୁ ପୁନର୍ବାର କ୍ଷମତାକୁ ଆଣିବାକୁ ଆହ୍ବାନ ଦେଇଥିଲେ। ଏଥିରେ ପାଟଣା ବ୍ଲକ ବିଜେଡି ସଭାପତି ମାଧବା ନନ୍ଦ ପୃଷ୍ଟି, ବରିଷ୍ଠ ବିଜେଡି ନେତା ସତ୍ୟବ୍ରତ ନାଏକ,୨୩ନମ୍ବର ଜିଲା ପରିଷଦ ସଦସ୍ୟା ରୁନୁ ମହାନ୍ତ , ୩୦ନମ୍ବରର ଚମ୍ପା ବତୀ ଟୁଡୁ, ୨୯ନମ୍ବରର ବୁଦ୍ଧଦେବ ମହାକୁଡ଼, ୧୮ନମ୍ବରର ରାଧାକାନ୍ତ ମହାନ୍ତ ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ପୂର୍ବତନ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରମ୍ଭାବତି ଦେହୁରୀ, ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, କପୁଣ୍ଡି ସମିତି ସଭ୍ୟ ବିଜୟ ପଇଦା, ପାଟଣା ସମିତି ସଭ୍ୟା ମୋହନ ସୁନ୍ଦର ମହାନ୍ତ, ବରିଷ୍ଠ ବିଜେଡି ନେତା ମହେନ୍ଦ୍ର କୁମାର ସାହୁ, କୃଷ୍ଣ ଚନ୍ଦ୍ର ମହାପାତ୍ର,ପ୍ରଶାନ୍ତ କୁମାର ଭଞ୍ଜ ଦେଓ , ଭାଗିରଥି ଦାଶ, ଶତ୍ରୁଘନ ସିଂ,ସୁଶାନ୍ତ କୁମାର ପ୍ରଧାନ, ଗୋବିନ୍ଦ ଚନ୍ଦ୍ର ମହାନ୍ତ, ନିରଞ୍ଜନ ତ୍ରିପାଠୀ, ବସନ୍ତ ମିଶ୍ର , ବିଜୁ ଖଟୁଆ ପ୍ରମୁଖ ଯୋଗ ଦେଇଥିଲେ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ଥୁଆମୂଳ ରାମପୁରରେ ୭୭ତମ ବନ ମହୋତ୍ସବ ସପ୍ତାହ, ବିଚାରପତି…

ଥୁଆମୂଳ ରାମପୁର,୮।୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ଏବଂ ତାଲୁକ ଆଇନ ସେବା ସମିତିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri