Posted inଜାତୀୟ

ମନ୍ଦିର ବାହାରେ କଟୁରି ଧରି ଗୋଡାଇଲେ ଆଇଆଇଟି ଗ୍ରାଜୁଏଟ୍‌

ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶର ଗୋରଖନାଥ ମନ୍ଦିର ବାହାରେ ଜଣେ ଆଇଆଇଟି ଗ୍ରାଜୁଏଟ୍‌ ଏକ କଟୁରିରେ ଦୁଇ ପୋଲିସ କର୍ମୀଙ୍କୁ ଆକ୍ରମଣ କରିଛନ୍ତି। ଏଥିସହିତ ସେ ଧାର୍ମିକ ସ୍ଲୋଗାନ ଦେଇ ମନ୍ଦିର ଭିତରକୁ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ଏହାପରେ ତାଙ୍କଠାରୁ ଅସ୍ତ୍ର ଛଡ଼ାଇ ନେଇଥିଲେ ଉପସ୍ଥିତ ଲୋକେ।

ଘଟଣାର ଭିଡିଓରେ ମନ୍ଦିର ବାହାରେ ଇଞ୍ଜିନିୟର କଟୁରି ଧରି ସ୍ଲୋଗାନ ଦେଉଥିବା ଦେଖିବାକୁ ମିଳୁଛି। ଉପସ୍ଥିତ ଲୋକେ ଆକ୍ରମଣକାରୀଙ୍କ ଉପରେ ଟେକା ମାଡ଼ ମଧ୍ୟ କରିଥିଲେ। ଉକ୍ତ ବ୍ୟକ୍ତିଙ୍କୁ ଅହମ୍ମଦ ମୁର୍ତାଜା ଆବାସି ଭାବେ ପୋଲିସ ଚିହ୍ନଟ କରାଯାଇଛି।

ମୁର୍ତାଜା ଗୋରଖପୁର ବାସିନ୍ଦା ଏବଂ ସେ ଆଇଆଇଟି (ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି) ବମ୍ବେ ଭଳି ସମ୍ମାନଜନକ ଶିକ୍ଷାନୁଷ୍ଠାନରେ ପଢ଼ିଛନ୍ତି। ୨୦୧୫ରେ ସେ ଗ୍ରାଜୁଏଶନ ଶେଷ କରିଥିଲେ। ତାଙ୍କ ପାଖରୁ ଏକ ଲାପଟପ ଏବଂ ଫୋନ ସହ ଏକ ଟିକେଟ୍‌ ମିଳିଛି। ତଦନ୍ତ ଚାଲିଛି। ଏହା ଏକ ଆତଙ୍କବାଦୀ ଆକ୍ରମଣ ହୋଇପାରେ। ଏହି ମାମଲାର ତଦନ୍ତଭାର ଆଣ୍ଟି ଟେରର ସ୍କ୍ବାଡ୍‌କୁ ଦିଆଯିବ ବୋଲି ଏଡିଜି ଅଖିଲ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri