Posted inଜାତୀୟ

ସ୍କୁଲ ଗେଟ୍‌ରେ ଛାତ୍ରୀଙ୍କ ହିଜାବ ଖୋଲି ଦେଲେ

ବେଙ୍ଗାଲୁରୁ,୧୪।୨: କର୍ନାଟକ ହାଇକୋର୍ଟ ଗତ ସପ୍ତାହରେ ଜାରି କରିଥିବା ଆନ୍ତରିଣ ରାୟ ଅନୁଯାୟୀ, ମାଣ୍ଡ୍ୟା ଜିଲାରେ ସରକାରୀ ସ୍କୁଲ କ୍ୟାମ୍ପସରେ ପ୍ରବେଶ କରିବା ପୂର୍ବରୁ ଛାତ୍ରୀଙ୍କୁ ହିଜାବ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସତ୍ତ୍ୱେ ହିଜାବ ପରିଧାନ କରି ସ୍କୁଲ ଆସିଥିବା କିଛି ଛାତ୍ରୀଙ୍କୁ ଗେଟ୍‌ରେ ଅଟକାଇ ହିଜାବ ହଟାଇବାକୁ ବାଧ୍ୟ କରିଥିଲେ ସ୍କୁଲର ଜଣେ ଶିକ୍ଷୟିତ୍ରୀ। ଘଟଣାର ଭାଇରାଲ ଭିଡିଓରେ ଛାତ୍ରୀଙ୍କ ଅଭିଭାବକ ସ୍କୁଲ ଅଧିକାରୀଙ୍କ ସହ ଯୁକ୍ତିତର୍କ କରିଥିଲେ। ଯୁକ୍ତିତର୍କ ପରେ ଛାତ୍ରୀ ହିଜାବ ହଟାଇ ମାସ୍କ ପିନ୍ଧି ସ୍କୁଲ ପରିସରରେ ପ୍ରବେଶ କରିଥିଲେ।

ଭିଡିଓରେ ଦୁଇ ଛାତ୍ରୀଙ୍କ ବାପା ସ୍କୁଲ ଶିକ୍ଷୟିତ୍ରୀଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। କିନ୍ତୁ ସେମାନଙ୍କ ମଧ୍ୟରେ କ’ଣ ଆଲୋଚନା ହେଉଛି ତାହା ଜଣାପଡ଼ୁ ନାହିଁ।

କ୍ଲାସରେ ମୁସଲିମ ଛାତ୍ରୀଙ୍କୁ ହିଜାବ ପିନ୍ଧିବାକୁ ବାରଣ କରିବାରୁ ଆରମ୍ଭ ହୋଇଥିବା ବିବାଦ ପରେ ସୋମବାରଠାରୁ କର୍ନାଟକରେ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଛି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ବୁଧବାର ଖୋଲିବ। ଉଲ୍ଲେଖଯୋଗ୍ୟ, ହିଜବା କଟକଣା ବିରୋଧରେ ହାଇକୋର୍ଟରେ କରାଯାଇଥିବା ଆବେଦନର ଶୁଣାଣି ଅପରାହ୍ନ ୨ଟା ୩୦ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri