ଦୁର୍ନୀତି ବିରୋଧରେ ଅଭିଯୋଗ କରିବାରୁ ଅଟକାଇ ପିଟିଦେଇଗଲେ ସରପଞ୍ଚଙ୍କ ସ୍ବାମୀ

ପୁରୁଷୋତ୍ତମପୁର,୨୫।୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ସମସ୍ୟା ଓ ଦୁର୍ନୀତି ବିରୋଧରେ ଜଣାଇବାରୁ ମରଣାତ୍ମକ ଆକ୍ରମଣ ଶିକାର ହେବାକୁ ପଡିଛି। ମରଣାତ୍ମକ ଶିକାର ବ୍ୟକ୍ତି ହେଲେ କବି ବେହେରା (୫୪)। ଏହି ଅଭିଯୋଗରେ ପୋଲିସ ମଙ୍ଗଳବାର ଚିଙ୍ଗୁଡିଘାଇ ପଞ୍ଚାୟତର ସରପଞ୍ଚ ବିଷ୍ଣୁପ୍ରିୟା ବେହେରାଙ୍କ ସ୍ବାମୀ ବଲ୍ଲଭ ବେହେରା ଓ ତାଙ୍କ ସହଯୋଗୀ ଶାନ୍ତନୁ କୁମାର ପଣ୍ଡାଙ୍କୁ ଗିରଫ କରିଛି। କେସନଂ ୯୦୧/୨୫ ବୋଲି ତଦନ୍ତକାରୀ ପୋଲିସ ଅଫିସର ଏସ୍‌ଆଇ ଆଦିତ୍ୟ ନାରାୟଣ ପାତ୍ର କହିଛନ୍ତି। ଏ ନେଇ କବି ପୋଲିସରେ ଅଭିଯୋଗ କରିଛନ୍ତିଯେ, ସୋମବାର ପ୍ରଶାସନ ପକ୍ଷରୁ ପଞ୍ଚାୟତରେ ଜନଶୁଣାଣି କାର୍ଯ୍ୟକ୍ରମ ରହିଥିବା ବେଳେ ଗ୍ରାମରେ ଉନ୍ନୟନମୂଳକ କାର୍ଯ୍ୟ ହେଉ ନ ଥିବା କିଛି କାର୍ଯ୍ୟରେ ଘୋଟାଲା ହୋଇଥିବା ନେଇ ସେ ଉପସ୍ଥିତ ଅଧିକାରୀମାନଙ୍କୁ ଅଭିଯୋଗ ଜଣାଇଥିଲେ। ଏହାକୁ ନେଇ ସନ୍ଧ୍ୟାରେ ସରପଞ୍ଚଙ୍କ ସ୍ବାମୀ ବଲ୍ଲଭ ବେହେରା ଓ ତାଙ୍କ ସହଯୋଗୀ ଶାନ୍ତନୁକୁମାର ପଣ୍ଡା ଉତ୍ତ୍ୟକ୍ତହୋଇ କବି ରାସ୍ତାରେ ଯାଉଥିବାବେଳେ ଅଟକାଇ ଗାଳିଗୁଲଜ କରିବା ସହ ଧମକଦେଇ ମରଣାତ୍ମକ ଆକ୍ରମଣ କରିଥିଲେ। ଅଚେତ ଅବସ୍ଥାରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଚିକିତ୍ସା କରାଇଥିଲେ। ଅଭିଯୋଗର ତଦନ୍ତ କରି ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri