Posted inଜାତୀୟ

ଘୁଞ୍ଚିପାରେ ୟୁପି ନିର୍ବାଚନ

ଡେରାଡୁନ୍‌, ୨୫।୧୨:  ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ମହାମାରୀର ତୃତୀୟ ଲହର ସମ୍ଭାବନା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ମାସେ ଦୁଇ ମାସ ପରାମର୍ଶ ଦେଇଥିଲେ ଆଲାହାବାଦ ହାଇକୋର୍ଟ। ଏଥିସହିତ ନିର୍ବାଚନୀ ରାଲି ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନିର୍ବାଚନ କମିଶନଙ୍କୁ ମଧ୍ୟ ଅନୁରୋଧ କରିଥିଲେ। ହାଇକୋର୍ଟଙ୍କ ପରାମର୍ଶ କ୍ରମେ ଆସନ୍ତା ସପ୍ତାହରେ ସ୍ଥିତି ଅନୁଧ୍ୟାନ କରିବା ପାଇଁ ନିର୍ବାଚନ କମିଶନ (ଇସି) ଦଳ ୟୁପି ଗସ୍ତ କରିବ। ତା’ ପରେ ନିର୍ବାଚନ ସ୍ଥଗିତ ରଖିବା ପ୍ରସ୍ତାବ ଉପରେ ଉପଯୁକ୍ତ ନିଷ୍ପତ୍ତି ନିଆଯିବ। ଏ ନେଇ ଶୁକ୍ରବାର କହିଛନ୍ତି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ସୁଶୀଲ ଚନ୍ଦ୍ରା।

ରାଲି ବନ୍ଦ କରା ନ ଗଲେ ସଂକ୍ରମଣ ଦ୍ୱିତୀୟ ଲହରକୁ ଟପିଯିବ ବୋଲି ଜଷ୍ଟିସ୍‌ ଶେଖର ଯାଦବ କହିଥିଲେ। ଉତ୍ତରପ୍ରଦେଶ ଗ୍ରାମପଞ୍ଚାୟତ ନିର୍ବାଚନ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ବେଳେ କୋଭିଡ୍‌ ସଂକ୍ରମଣ ଦ୍ରୁତ ବୃଦ୍ଧି ଘଟିବା ସହ ଅନେକ ଲୋକଙ୍କ ଜୀବନ ନେଇଥିଲା। ଆଗାମୀ ୟୁପି ନିର୍ବାଚନ ଲାଗି ରାଜନୈତିକ ଦଳଗୁଡ଼ିକ ରାଲି ସମାବେଶରେ ବ୍ୟସ୍ତ ରହିଛନ୍ତି ଯେଉଁଠି ସାମାଜିକ ଦୂରତ୍ୱ ନିୟମ ପାଳନ ହେଉନାହିଁ। ତେଣୁ ରାଲି ଓ ସମାବେଶ ନିଷେଧ ହେବା ଆବଶ୍ୟକ। ଏହା ବଦଳରେ ଦୂରଦର୍ଶନ କିମ୍ବା ଖବରକାଗଜ ଜରିଆରେ ପ୍ରଚାର କରିବା ନିମନ୍ତେ ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟ ନିର୍ବାଚନ କମିଶନଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri