Posted inଜାତୀୟ

ଦୁଇଦିନ ପରେ ଦିଲ୍ଲୀରେ ହେବ ଭାରତ ଯୋଡୋ ଯାତ୍ରା, ଏବେ ରାଜନୀତି ବାତାବରଣ ହେବ ଆହୁରି ଉଷ୍ମ

ନୂଆଦିଲ୍ଲୀ,୨୨ ।୧୨: ଚାଇନାରେ କୋଭିଡ-୧୯ର ସଂକ୍ରମଣ ଓ ପାର୍ଲାମେଣ୍ଟର ଉଷ୍ମ ବାତାବରଣ ସହ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବିୟଙ୍କ ପତ୍ର ରାଜନୀତିର ପାରାକୁ ଆହୁରି ବଢାଇ ଦେଇଛି । ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏବେ ଏହାକୁ ବଡ ଆକ୍ରମଣାତ୍ମକ ମୋଡ ଦେଇଦେଇଛନ୍ତି । ଗୁରୁବାର ବି ସଂସଦରେ ରାଜନୈତିକ ପାରା ବଢି ଯାଇଛି । ଜଣେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି ଯେ ଆଜି କିଛି ଖବରକାଗଜ ଓ କିଛି ଟେଲିଭିଜନ ଚ୍ୟାନେଲରେ ଅଚାନକ ଭୟ କଲାଭଳି କୋଭିଡ-୧୯ ଖବର ପସାରଣ କରିଛନ୍ତି । ଜବାବରେ ସେ କହିଛନ୍ତତି କି କନ୍ୟାକୁମାରୀରୁ ଯାତ୍ରା ଆରମ୍ଭ କରି ୧୦୭ ଦିନ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରା ମାଧ୍ୟମରେ ୨ ଦିନ ପରେ ଦିଲ୍ଲୀରେ ପହଞ୍ଚିବେ ।
୨୪ ଡିସେମ୍ବରକୁ ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ କରାଯିବ । ଏହାପରେ ଏହି ଯାତ୍ରା ହରିୟାଣାରୁ ପଞ୍ଜାବ ଓ ପରେ ଜମ୍ମୁ-କଶ୍ମୀର ଯିବ । ପୂର୍ବତନ ଏମପି କମଲ କିଶୋର କମାଣ୍ଡୋଙ୍କ ସୂଚନା ଅନୁଯାୟୀ, ରାହୁଲ ଗାନ୍ଧୀଙ୍କ ଏହି ଯାତ୍ରାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଛଯପଟ ହେଉଛନ୍ତି । କମଲ କିଶୋର କହିଛନ୍ତି ୩ ଦିନ ପୂର୍ବରୁ ଭାଜପାର କୌଣସି ନେତା ଓ ମନ୍ତ୍ରୀଙ୍କୁ କରୋନା ଚିନ୍ତା ନ ଥିଲା । ହେଲେ ଗତକାଲିଠାରୁ ସମସ୍ତେ କରୋନାରେ ସଂକ୍ରମିତ ହୋଇ ଯାଇଛନ୍ତିି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ତ ମାସ୍କ ପିନ୍ଧି ଟିଭିରେ ନିଜର ପ୍ରତିକ୍ରିୟା ଦେବାକୁ ଚାଲି ଆସିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri