କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ, ଭିଡିଓ ଭାଇରାଲ

ଫୁଲବାଣୀ, ୨୮ା୨(ରାକେଶ କୁମାର ରାଉତ): ଫୁଲବାଣୀ ସହରର ମଧ୍ୟଭାଗରେ ଥିବା ସାଇମନ୍ଦିର ନିକଟ ବିଚ୍‌ ରାସ୍ତାରେ ଶୁକ୍ରବାର ସ୍ପଷ୍ଟ ଦିବାଲୋକରେ ଜଣେ କର୍ତ୍ତବ୍ୟରତ କନଷ୍ଟେବଳଙ୍କୁ ଛୁରିରେ ଭୁସି ହତ୍ୟା ଉଦ୍ୟମ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା କନଷ୍ଟେବଳ ହେଲେ ମନୋରଞ୍ଜନ ସାବତ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଫୁଲବାଣୀରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସାଲୁଙ୍କି ସାହିର ସନ୍ତୋଷ ସ୍ବାଇଁ (୨୮) ଏବଂ ଅଞ୍ଜନ ପ୍ରଧାନ (୨୫)।

ସୂଚନା ଯୋଗ୍ୟ, କନଷ୍ଟେବଳ ମନୋରଞ୍ଜନ ସାଇ ମନ୍ଦିର ନିକଟରେ ଡିୟୁଟି କରୁଥିବା ବେଳେ ସନ୍ତୋଷ ଏବଂ ଅଞ୍ଜନଙ୍କ ସହ କୌଣସି କାରଣକୁ ନେଇ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଉଭୟେ ମନୋରଞ୍ଜନଙ୍କୁ ଅତର୍କିତ ଆକ୍ରମଣ କରି ଛୁରିରେ ଭୁସିବା ସହ ଠେଙ୍ଗା ଗୋଇଠାରେ ମାରି ଅତି ନୃଶଂସ ଭାବେ ତାଙ୍କୁ ପିଟିଥିଲେ। ବର୍ତ୍ତମାନ ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଏପରିକି ଘଟଣାସ୍ଥଳରେ ଉପସ୍ଥିତ ଥିବା କେତେଜଣ ଖବରଦାତା ଏହା ଦେଖି ଦୁଇ ଆକ୍ରମଣକାରୀଙ୍କୁ କାବୁ କରି ମନୋରଞ୍ଜନଙ୍କୁ ଉଦ୍ଧାର କରିଥିଲେ। ପରେ ସେମାନେ ପୋଲିସକୁ ଖବର ଦେଇଥିଲେ। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସନ୍ତୋଷ ଓ ଅଞ୍ଜନଙ୍କୁ ଗିରଫ କରିଥିଲା।

ଏ ନେଇ ଟାଉନ ଥାନାରେ ଏକ ମାମଲା(ନଂ.୬୨/୨୬) ରୁଜୁ ହୋଇଛି। ଗିରଫ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏସ୍‌ଆଇ ସରୋଜ ସାହୁ ଘଟଣାର ତଦନ୍ତ ଜାରି ଥିବା କହିଛନ୍ତି। ଦିନ ଦ୍ୱିିପ୍ରହରେ ଜଣେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀ ସୁରକ୍ଷିତ ନ ଥିବା ବେଳେ ସାଧାରଣ ଜନତାଙ୍କ ସୁରକ୍ଷା ନେଇ ଏବେ ସ୍ଥାନୀୟ ଲୋକେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜନପ୍ରତିନିଧିଙ୍କୁ ବୋଲଗଡ଼ ବିଡିଓଙ୍କ ଦୁର୍ବ୍ୟବହାର ଅଭିଯୋଗ ଘଟଣାରେ ଜିଲା ପରିଷଦ ବୈଠକରେ ପ୍ରବଳ ହୋ-ହଲ୍ଲା ଓ ଯୁକ୍ତିତର୍କ ହୋଇଥିଲା। ଏହାର ପ୍ରତିବାଦରେ ଜିଲା ପରିଷଦ…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ…

ଦିନେ ଛାଡ଼ି ଦେଇଥିଲେ ୧୦୭ କୋଟି ଟଙ୍କାର ଅଫର୍, ଆଜି ଖାନ ସାରଙ୍କ କୋଚିଂ ଫିସ୍‌, ମାସକୁ କେତେ ଲକ୍ଷ ଟଙ୍କା ରୋଜଗାର ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ପ୍ରସିଦ୍ଧ ଶିକ୍ଷକ ତଥା ୟୁଟ୍ୟୁବର୍‌ ଖାନ ସାର୍‌ (Khan Sir) ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିହାରର ରାଜଧାନୀ ପାଟନାରେ ଥିବା ତାଙ୍କ କୋଚିଂ ପ୍ରତିଷ୍ଠାନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

ସରକାରୀ କର୍ମଚାରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ! ଲଞ୍ଚ ପାଇଁ ଘରକୁ ଯିବା ମନା, ୬ ମାସ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri