Posted inଜାତୀୟ

ନାରୀ ଶକ୍ତିକୁ ସଲାମ୍‌ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହିଳାଙ୍କୁ ଶୁଭେଚ୍ଛ ଜଣାଇଛନ୍ତି। ଏହି ଅବସରରେ ସେ ଟୁଇଟ୍‌ କରି କହିଛନ୍ତି, ସମ୍ମାନ ଏବଂ ସୁଯୋଗ ଉପରେ ବିଶେଷ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ଏହାର ବିଭିନ୍ନ ଯୋଜନା ମାଧ୍ୟମରେ ମହିଳା ସଶକ୍ତିକରଣ ଉପରେ ଧ୍ୟାନ ଦେଇଛନ୍ତି। ଆର୍ଥିକ ବିକାଶ ଠାରୁ ଆରମ୍ଭ କରି ସାମାଜିକ ନିରାପତ୍ତା, ଗୁଣାତ୍ମକ ସ୍ବାସ୍ଥ୍ୟସେବା,ଗୃହ, ଶିକ୍ଷା ଏବଂ ଉଦ୍ୟୋଗ ପର୍ଯ୍ୟନ୍ତ ଆମର ମହିଳାମାନଙ୍କୁ ଭାରତର ବିକାଶ ଯାତ୍ରାରେ ଆଗେଇ ନେବା ପାଇଁ ଅନେକ ପ୍ରୟାସ କରାଯାଇଛି। ଏହି ପ୍ରୟାସଗୁଡ଼ିକ ଭବିଷ୍ୟତରେ ମଧ୍ୟ ଜାରି ରହିବ।
ଅନ୍ୟ ଏକ ଟୁଇଟ୍‌ରେ ସେ କହିଛନ୍ତି, ମହିଳା ଦିବସରେ ମୁଁ ନାରୀ ଶକ୍ତି ଏବଂ ବିଭିନ୍ନ କ୍ଷେତ୍ରରେ ତାଙ୍କର ସଫଳତାକୁ ସଲାମ୍‌ କରୁଛି। ବିଭିନ୍ନ ଯୋଜନା ମାଧ୍ୟମରେ ଭାରତ ସରକାର ମହିଳା ସଶକ୍ତିକରଣ ଉପରେ ଧ୍ୟାନ ଦେଉଛନ୍ତି।
ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟର କଚ୍ଛ ଧୋର୍ଦ୍ଦୋ ଗ୍ରାମରେ ଅବସ୍ଥିତ ଏକ ମହିଳା ସାଧୁ ଶିବିରରେ ଆୟୋଜିତ ଏକ ସେମିନାରକୁ ଭିଡିଓ କନଫରେନ୍ସ ମାଧ୍ୟମରେ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri