Posted inଜାତୀୟ

ଜୁନ ୧୨ରେ ବିହାରରେ ବିରୋଧୀଙ୍କ ମହାବୈଠକ…

କୋଲକାତା,,୨୮।୫ : ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୱରେ ପାଟନାରେ ଜୁନ ୧୨ ରେ ଭାଜେପା ବିରୋଧୀ ଦଳ ଗଠନ ପାଇଁ ଏକ ମହାବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମମତା ବାନାର୍ଜୀଙ୍କ ସମେତ ଅନ୍ୟ ବିରୋଧୀ ଦଳର ନେତାମାନେ ଅଂଶଗ୍ରହଣ କରିବେ। ଏହାପୂର୍ବରୁ ଏହା ନିଶ୍ଚିତ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକିଥିବା ନୀତି ଆୟୋଗ ବୈଠକରେ ଯୋଗଦେବା ପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତୀଶ କୁମାରଙ୍କୁ ଭେଟିବେ। ଶନିବାର ଦିଲ୍ଲୀରେ ନୀତି ଆୟୋଗ ବୈଠକ ଅନୁଷ୍ଠିତ ହୋଇଥିଲା, କିନ୍ତୁ ମମତା ବାନାର୍ଜୀଙ୍କ ସମେତ ୧୧ ଜଣ ମୁଖ୍ୟମନ୍ତ୍ରୀ ଏହି ସଭାରେ ଯୋଗ ଦେଇ ନ ଥିଲେ। ତେବେ ମମତା ବାନାର୍ଜୀ ଦିଲ୍ଲୀ ନ ଯିବା ସତ୍ତ୍ୱେ ପାଟନା ଯିବା ଯୋଜନାରେ କୌଣସି ପରିବର୍ତ୍ତନ ହୋଇନାହିଁ। ସେ ୧୨ ଜୁନରେ ପାଟନାରେ ବିରୋଧୀ ଦଳର ବୈଠକରେ ଯୋଗଦେବେ।

ଟିଏମସି ସୂତ୍ର ଅନୁଯାୟୀ, ଜୁନ ୧୨ ରେ ବିହାରରେ ଭାଜପା ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହେଉଛି। ସେହି ସଭାରେ ଯୋଗଦେବା ପାଇଁ ମମତା ବାନାର୍ଜୀ ୧୧ ତାରିଖ କୋଲକାତା ଛାଡି ପାଟନା ଅଭିମୁଖେ ଯାଉଛନ୍ତି। ଏହି ବୈଠକର ଆୟୋଜକମାନେ ହେଉଛନ୍ତି ଆରଜେଡି ନେତା ତଥା ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ। ପାଟଣାର ସମସ୍ତ ଭାଜପା ବିରୋଧୀ ରାଜନୈତିକ ଦଳ ଏହି ସଭାରେ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଏହା ସହିତ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏବଂ ଫାରୁକ ଅବଦୁଲ୍ଲା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ, ଏନସିପି ମୁଖ୍ୟ ଶରଦ ପାୱାର ମଧ୍ୟ ଉପସ୍ଥିତ ରହିବେ ବୋଲି ଆଶା କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

LPG ସବସିଡି ଚେକ୍‌ କରିବାକୁ ଯାଇଥିଲେ ବ୍ୟାଙ୍କ, ଖାତାରେ ଏତେ କୋଟି ଦେଖି ଉଡିଗଲା ହୋସ୍‌!

ନୂଆଦିଲ୍ଲୀ,୪।୮: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହଠାତ୍‌ ୧୦୦ କୋଟି ଟଙ୍କା ଆସିଯାଏ, ତେବେ ବୋଧହୁଏ ଆପଣ ନିଜ ଆଖିକୁ ବିଶ୍ୱାସ କରିପାରିବେ ନାହିଁ। ପଶ୍ଚିମବଙ୍ଗର ଜଣେ…

ଇସ୍ତଫା ଦେଲେ ୨ ବିଧାୟକ: ରାଗିଗଲେ ମୁଖ୍ୟମନ୍ତ୍ରୀ, ସିଧା କହିଦେଲେ…

ନୂଆଦିଲ୍ଲୀ,୪।୮: କର୍ନାଟକରେ ଡିକେ ଶିବକୁମାରଙ୍କ ସରକାରର କ୍ୟାବିନେଟ୍ ସମ୍ପ୍ରସାରଣ ହୋଇଛି। ମୋଟ ୨୦ ଜଣ ମନ୍ତ୍ରୀ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। କଂଗ୍ରେସ ସରକାର କ୍ୟାବିନେଟ୍…

ଉଦୟନିଧି ଷ୍ଟାଲିନଙ୍କ ମାମଲାରେ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ! ପଚରାଉଚରା ପରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନିକଟତର ବନ୍ଧୁ ଏବଂ ଅଭିନେତ୍ରୀ ତ୍ରିଷାଙ୍କ ଉପରେ କଥିତ…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri