ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ ପିଷାନ ଉତ୍ସବ’ ଭାବରେ ପାଳନ କରାଯିବ। ସନ୍ଧ୍ୟା ସାଢେ ୪ଟାରୁ ୭ଟା ଯାଏ କାର୍ଯ୍ୟକ୍ରମ ଆୟୋଜନ କରାଯିବ।
ଓଡ଼ିଶାର ବିଭିନ୍ନ ଜିଲାରେ ଏହି ଉତ୍ସବ ପାଳନ କରାଯିବ। ଏହାସହ ଦେଶର କୋଟି କୋଟି କୃଷକଙ୍କ ଖାତାରେ ପ୍ରଧାନମନ୍ତ୍ରୀ କୃଷକ ଯୋଜନାର ୧୭ତମ କିସ୍ତି ପ୍ରଦାନ କରାଯିବ। ଏହା ଜରିଆରେ ୯.୩ କୋଟି କୃଷକଙ୍କୁ ପ୍ରାୟ ୨୦,୦୦୦କୋଟି ଟଙ୍କା ପ୍ରଦାନ କରାଯିବ।
ଏହି ଅବସରରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ନୋଟିସ୍‌ ଜାରି କରାଯାଇଛି। କେଉଁ ମନ୍ତ୍ରୀ କେଉଁ ଜିଲାରେ ଉପସ୍ଥିତ ରହି ଏହି ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିବେ ତାହାର ଏକ ଲିଷ୍ଟ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବରଗଡ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ବରଗଡ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପୁରୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କଟକ, ଗ୍ରାମ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାୟକଙ୍କୁ କେଭିକେ ନୟାଗଡ, ସ୍କୁଲ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତକରଣ ମନ୍ତନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ କେନ୍ଦ୍ରାପଡ଼ା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଢେଙ୍କାନାଳ, ଆଇନ, ଆଇନ ଓ ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଖୋର୍ଦ୍ଧା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ଡ. ମୁକେଶ ମହାଲିଙ୍ଗଙ୍କୁ କେଭିକେ, ସିଫା କୌଶ୍ୟଲ୍ୟାଗଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗଞ୍ଜାମ, ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଅନୁଗୋଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କୁ କେଭିକେ ବଡଚଣା, ଉଚ୍ଚଶିକ୍ଷା, କ୍ରୀ ଓ ଯୁବ ବ୍ୟାପାର, ଓ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭଦ୍ରକ, ସମବାୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ପ୍ରଦୀପ ବଳସାମନ୍ତଙ୍କୁ ଯାଜପୁର, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କୁ କେଭିକେ ଭଞ୍ଜନଗର, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସମ୍ପଦ ସ୍ବାଇଁଙ୍କୁ ଜଗତସିଂପୁର ଦାୟିତ୍ୱ ଦିଆଯାଇଛି।
ସେହିପରି ବାଲେଶ୍ୱର, ଗଜପତି, କଳାହାଣ୍ଡି,କନ୍ଧମାଳ, କେଉଁଝର, ମୟୁରଭଞ୍ଜ ଏବଂ ନବରଙ୍ଗପୁରରେ ସେଠାକାର ଏମ୍‌ପି ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ,ପ୍ରଧାନମନ୍ତ୍ରୀ କୃଷକ ଯୋଜନା ଏକ ଡିବିଟି ଯୋଜନା । ଏହି ଯୋଜନା ଜରିଆରେ କୃଷକଙ୍କୁ ବାର୍ଷିକ ୬,୦୦୦ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ। ଏହି ୬,୦୦୦ଟଙ୍କା କୃଷକ ନିଜର ଚାଷ ସମ୍ବନ୍ଧିତ ବିଭିନ୍ନ କାର୍ଯ୍ୟ ଯେପରିକି ସାର, ବିହନ, କୀଟନାଶକ ଆଦି କିଣିବାରେ ଉପଯୋଗ କରିଥାଏ। ଲଗାତର ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମେ ପିଏମ କିଷାନ ନିଧିର ୧୭ତମ କିସ୍ତି ପ୍ରଦାନ ସମ୍ବନ୍ଧୀତ ଫାଇଲରେ ଦସ୍ତଖତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri