Posted inଖେଳ

ଧୋନୀଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ

ମୁମ୍ବାଇ,୯।୯: ଆଗକୁ ଆସୁଥିବା ଟି୨୦ ବିଶ୍ୱକପ୍‌ ଲାଗି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଘୋଷିତ ଭାରତୀୟ ଦଳର ମେଣ୍ଟର ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ପୂର୍ବରୁ ବହୁ କ୍ରିକେଟର ଓ ପ୍ରଶାସକଙ୍କ ବିରୋଧରେ କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ (ସ୍ବାର୍ଥ ଅନ୍ତର୍ନିହିତ ଦ୍ୱନ୍ଦ୍ୱ) ଅଭିଯୋଗ ଆଣିଥିବା ସଞ୍ଜୀବ ଏ ସମ୍ପର୍କରେ ବିସିସିଆଇର ବୋର୍ଡ ମେମ୍ବରଙ୍କୁ ଏକ ପତ୍ର ପଠାଇଛନ୍ତି। ଧୋନୀଙ୍କ ନିଯୁକ୍ତି କନଫ୍ଲିକ୍ଟ ଅଫ୍‌ ଇଣ୍ଟରେଷ୍ଟ ନିୟମ ଭଙ୍ଗ କରୁଛି, ଏହି ନିୟମ ଅନୁସାରେ କୌଣସି ବ୍ୟକ୍ତି ଏକାଥରେ ଦୁଇଟି ପଦବିରେ ରହିପାରିବେ ନାହିଁ। ଧୋନୀ ଏବେ ଆଇପିଏଲ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ଅଛନ୍ତି।

ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ଜୟ ଶାହଙ୍କ ସମେତ ଅନ୍ୟ ବୋର୍ଡ ମେମ୍ବରଙ୍କୁ ସଞ୍ଜୀବ ପତ୍ର ଲେଖିଛନ୍ତି। ବିସିସିଆଇ ସମ୍ବିଧାନର ଆଇନ ଅନୁସାରେ କୌଣସି ବ୍ୟକ୍ତି ଦୁଇଟି ପଦବିରେ ରହିପାରିବେ ନାହିଁ। ଏବେ ବିସିସିଆଇ ଏହାର ଆଇନଗତ ଦଳର ସହ ଆଲୋଚନା କରିବ ବୋଲି ବିସିସିଆଇର ଜଣେ ସଦସ୍ୟ ନାମ ନ କହିବା ସର୍ତ୍ତରେ କହିଛନ୍ତି।

ଭାରତୀୟ କ୍ରିକେଟ ଇତିହାସର ଅନ୍ୟତମ ସଫଳ ଅଧିନାୟକ ଧୋନୀଙ୍କ ଅଭିଜ୍ଞତାକୁ ବ୍ୟବହାର କରିବା ପାଇଁ ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ମେଣ୍ଟର ଦାୟିତ୍ୱ ଦିଆଯାଇଛି। ୨୦୨୦ରେ ଅନ୍ତର୍ଜାତୀୟ ସ୍ତରରୁ ଅବସର ନେଇଥିବା ଧୋନୀ ଭାରତ ପାଇଁ ୯୦ ଟେଷ୍ଟ, ୩୫୦ ଦିନିକିଆ ଓ ୯୮ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri