Posted inଜାତୀୟ

ମୋ ଜନ୍ମ ଦିନରେ ମୋଦି-ଶାହା ଦେଇଛନ୍ତି ଇଡ଼ି ଚଢ଼ାଉର ଉପହାର: ବାଘେଲ…

ରାୟପୁର,୨୩।୮ : ଛତିଶଗଡରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର ଚଢ଼ାଉ ଜାରି ରହିଛି। ବୁଧବାର ଇଡି ରାଜନୈତିକ ପରାମର୍ଶଦାତା ବିନୋଦ ବର୍ମା ଏବଂ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ଓଏସଡି ଘରେ ଚଢ଼ାଉ କରିଛି। ବିନୋଦ ବର୍ମାଙ୍କ ଦେବେନ୍ଦ୍ର ନଗର ନିବାସ ସହିତ ଓଏସଡି ମନୀଷ ବନଚ୍ଛୋରଙ୍କ ସହିତ ଆଶିଷ ବର୍ମା ଏବଂ ତାଙ୍କର ଜଣେ ଘନିଷ୍ଠ ବ୍ୟବସାୟୀ ବନ୍ଧୁ ବିଜୟ ଭାଟିଆଙ୍କ ଘରେ ପହଞ୍ଚିଛନ୍ତି। ଏହାକୁ ତାଙ୍କର ଜନ୍ମଦିନ ଉପହାର ବୋଲି ବର୍ଣ୍ଣନା କରି ସିଏମ ବାଘେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତଶାହାଙ୍କୁ କଟାକ୍ଷ କରି ଧନ୍ୟବାଦ ଜଣାଇଛନ୍ତି।

ଛତିଶଗଡ଼ରେ ହୋଇଥିବା ମଦ ଏବଂ କୋଇଲା ପରିବହନ ଦୁର୍ନୀତିକୁ ନେଇ ଇଡି ରାଜ୍ୟରେ ଚଢ଼ାଉ କରୁଛି। ଏହି ମାମଲାରେ ଏପର୍ଯ୍ୟନ୍ତ ଏକ ୧୨ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି। କୋଇଲା ପରିବହନ ଦୁର୍ନୀତିରେ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟ ଅଫିସର ସୌମ୍ୟା ଚୌରାସିଆ ଏବଂ ରାୟଗଡ ଜିଲାପାଳ ଆଇଏଏସ ରାନୁ ସାହୁଙ୍କ ସମେତ ଅନ୍ୟ କେତେକ ଅଧିକାରୀ ଓ ବ୍ୟବସାୟୀ ବର୍ତ୍ତମାନ ଜେଲରେ ଅଛନ୍ତି। ବୁଧବାର ଏହି ଚଢ଼ାଉର କାରଣ କଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ବୁଧବାର ଛତିଶଗଡର ସିଏମ ବାଘେଲଙ୍କ ଜନ୍ମଦିନରେ ଇଡି ଚଢ଼ାଉ ଏକ ଆଲୋଡ଼ନ ସୃଷ୍ଟି କରିଛି। ଏହାପୂର୍ବରୁ ଜୁଲାଇ ୨୧ ରେ ଇଡି ରାନୁ ସାହୁ ଏବଂ ତାଙ୍କ ଆଇଏସ ସ୍ବାମୀଙ୍କ ବାସଭବନ ସମେତ କଂଗ୍ରେସ ନେତା ତଥା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା। ଜୁଲାଇ ୨୨ ରେ, ଇଡି ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ରାନୁ ସାହୁଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?