Posted inଜାତୀୟ

NEET ପେପର ଲିକ୍‌କୁ ନେଇ ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ନିଟ୍‌ ପେପର ଲିକ୍‌କୁ ନେଇ ମଧ୍ୟ ତାଙ୍କ ଅଭିଭାଷଣ ରଖିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, ପରୀକ୍ଷାରେ କୌଣସି ପ୍ରକାର ପ୍ରତିବନ୍ଧକ ରହିବା ଠିକ୍‌ ନୁହେଁ। ନିକଟରେ ସରକାର ପେପର ଲିକ୍‌ ଘଟଣାର ନିରପେକ୍ଷ ତଦନ୍ତ ଏବଂ ଅପରାଧୀଙ୍କୁ କଠୋର ଦଣ୍ଡ ଦେବା ପାଇଁ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ ମଧ୍ୟ ଅନେକ ରାଜ୍ୟରେ ପେପର ଲିକ୍‌ ମାମଲା ସାମ୍ନାକୁ ଆସିଛି। ପରୀକ୍ଷାରେ ପାରଦର୍ଶିତା ଓ ନିରପେକ୍ଷତା ନିହାତି ଜରୁରୀ। ପରୀକ୍ଷା ପରିଚାଳନାରେ ଜଡ଼ିତ ସଂସ୍ଥାରେ ସଂସ୍କାର ଅଣାଯିବା ପାଇଁ ଉଦ୍ୟମ ହେଉଛି। ଏହା ବିରୋଧରେ ଦଳ ରାଜନୀତିଠାରୁ ଊର୍ଦ୍ଧ୍ୱରେ ରହି କାମ କରିବା ଉଚିତ୍‌। ନିରପେକ୍ଷ ଯାଞ୍ଚ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ରାଷ୍ଟ୍ରପତି କହିଛନ୍ତି।

ଏଥିସହିତ ରାଷ୍ଟ୍ରପତି ପାର୍ଲାମେଣ୍ଟର ମିଳିିତ ଅଧିବେଶନକୁ ସମ୍ବୋଧିତ କରି କହିଛନ୍ତି ଯେ, ଦେଶରେ ପୁଣିଥରେ ସ୍ଥିର ଓ ବହୁମତ ସରକାର ଗଠନ ହୋଇଛି। ୧୦ ବର୍ଷର ସୁଶାସନ ଉପରେ ଏହା ଲୋକଙ୍କ ମୋହର। ରାଜ୍ୟର ବିକାଶରେ ଦେଶର ବିକାଶ ଏହି ବିଶ୍ବାସରେ ଆଗକୁ ବଢ଼ିବ। ଅର୍ଥନୀତିରେ ଦେଶ ବିଶ୍ବର ପଞ୍ଚମ ସ୍ଥାନକୁ ଉନ୍ନୀତ ହୋଇଛି। ସମାଜର ସବୁ ବର୍ଗଙ୍କ ପାଖରେ ବିକାଶ ପହଞ୍ଚିବ କହିଲେ ରାଷ୍ଟ୍ରପତି। ସମସ୍ତଙ୍କ ବିକାଶ ଦ୍ବାରା ହିଁ ଏକ ବିକଶିତ ଭାରତ ସମ୍ଭବ ହେବ। ଗରିବ, ଚାଷୀ, ମହିଳା, ଯୁବ ବର୍ଗଙ୍କ ବିକାଶ ପାଇଁ ଧ୍ୟାନ ଦିଆଯାଉଛି। ସରକାରଙ୍କ ସବୁ ଯୋଜନାର ଲାଭ ସମସ୍ତଙ୍କ ନିକଟରେ ପହଞ୍ଚାଯିବ। ଏଥର କଶ୍ମୀର ଘାଟିରେ ରେକର୍ଡ ସଂଖ୍ୟକ ଭୋଟିଂ ହୋଇଛି। ଚାରି ଦଶକରୁ ଏଠାରେ ଭୋଟିଂ ପ୍ରତିଶତ କମ୍ ରହୁଥିଲା। ଏବେ ତୃତୀୟ ସ୍ଥାନରେ ପହଞ୍ଚିବାକୁ ଲକ୍ଷ୍ୟ ରଖାଯାଇଛି। ଗ୍ରାମୀଣ ଅର୍ଥ ବ୍ୟବସ୍ଥାକୁ ମୋ ସରକାର ଗୁରୁତ୍ବ ଦେଇଛି। ଆଗାମୀ ବଜେଟରେ ଐତିହାସିକ ପଦକ୍ଷେପ ଦେଖିବାକୁ ମିଳିବ। ମୋ ସରକାର ଆରମ୍ଭରୁ ଏମ୍ଏସ୍‌ପି ବୃଦ୍ଧି କରିଛନ୍ତି। ମୋ ସରକାର ଉପରେ ଲୋକେ ତୃତୀୟ ଥର ଭରସା କଲେ। ଲୋକେ ଜାଣିଛନ୍ତି ସେମାନଙ୍କ ଆକାଂକ୍ଷା ମୋ ସରକାର ପୂରଣ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?