ନେତାଜୀ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଆ ପୁଅ ସତ୍ୟ

ବ୍ୟାଙ୍କକ୍‌/ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ ଦେଶପ୍ରେମୀ, ତେଜସ୍ବୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୂତାର ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗତ ବର୍ଷ ସେ ଭିଏତନାମାରେ ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଦେଇଥିଲେ। ଚଳିତ ବର୍ଷ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକର ରୟାଲ ହୋଟେଲ ସମ୍ମୁଖରେ ସତ୍ୟ ଏହି ମହାନ ଜନନାୟକଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

କାରଣ ସୁଭାଷ ବୋଷ ରୟାଲ ହୋଟେଲରେ ପ୍ରାୟ ତିନି ମାସ ରହି, ସେଠାରେ ଥିବା ଏକ ପଡିଆରେ ଇଣ୍ଡିଆନ ନ୍ୟାଶନାଲ ଆର୍ମିକୁ ଟ୍ରେନିଂ ଦେଉଥିଲେ। ଭାରତୀୟ ସମୟ ସକାଳ ୪ଟା ୩୦ ମିନିଟ୍‌ରେ ସେ ଏହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସୂଚନାନୁଯାୟୀ, ସତ୍ୟ ଓଡ଼ିଶା ଛାଡି ବିଦେଶ ଯିବାର ପ୍ରାୟ ୧୨ରୁ ୧୩ବର୍ଷ ହୋଇ ଗଲେଣି। ନେତାଜୀ ଯେଉଁ ଦେଶଗୁଡ଼ିକୁ ଭାରତ ସ୍ବାଧୀନ କରିବାକୁ ଯାଇଥିଲେ, ସେ ସେହି ଦେଶଗୁଡ଼ିକୁ ଯାଇ ନେତାଜୀଙ୍କ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଚିନ୍ତା କରିଥିଲେ। ତେଣୁ ସେ ସେହି ଦେଶଗୁଡିକୁ ଯାଇ ନେତାଜୀଙ୍କ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ନେତାଜୀଙ୍କୁ ସମ୍ମାନ ଜଣାଇବା ପାଇଁ ଗତବର୍ଷଠାରୁ ସେ ବିଦେଶ ମାଟିରେ ଏଭଳି ଅଭିଯାନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri