ନେତାଜୀ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଆ ପୁଅ ସତ୍ୟ

ବ୍ୟାଙ୍କକ୍‌/ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ ଦେଶପ୍ରେମୀ, ତେଜସ୍ବୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୂତାର ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗତ ବର୍ଷ ସେ ଭିଏତନାମାରେ ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଦେଇଥିଲେ। ଚଳିତ ବର୍ଷ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକର ରୟାଲ ହୋଟେଲ ସମ୍ମୁଖରେ ସତ୍ୟ ଏହି ମହାନ ଜନନାୟକଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

କାରଣ ସୁଭାଷ ବୋଷ ରୟାଲ ହୋଟେଲରେ ପ୍ରାୟ ତିନି ମାସ ରହି, ସେଠାରେ ଥିବା ଏକ ପଡିଆରେ ଇଣ୍ଡିଆନ ନ୍ୟାଶନାଲ ଆର୍ମିକୁ ଟ୍ରେନିଂ ଦେଉଥିଲେ। ଭାରତୀୟ ସମୟ ସକାଳ ୪ଟା ୩୦ ମିନିଟ୍‌ରେ ସେ ଏହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ସୂଚନାନୁଯାୟୀ, ସତ୍ୟ ଓଡ଼ିଶା ଛାଡି ବିଦେଶ ଯିବାର ପ୍ରାୟ ୧୨ରୁ ୧୩ବର୍ଷ ହୋଇ ଗଲେଣି। ନେତାଜୀ ଯେଉଁ ଦେଶଗୁଡ଼ିକୁ ଭାରତ ସ୍ବାଧୀନ କରିବାକୁ ଯାଇଥିଲେ, ସେ ସେହି ଦେଶଗୁଡ଼ିକୁ ଯାଇ ନେତାଜୀଙ୍କ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଚିନ୍ତା କରିଥିଲେ। ତେଣୁ ସେ ସେହି ଦେଶଗୁଡିକୁ ଯାଇ ନେତାଜୀଙ୍କ ଜନ୍ମଦିନରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ନେତାଜୀଙ୍କୁ ସମ୍ମାନ ଜଣାଇବା ପାଇଁ ଗତବର୍ଷଠାରୁ ସେ ବିଦେଶ ମାଟିରେ ଏଭଳି ଅଭିଯାନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri