ନଭେମ୍ବର ୬ରେ ‘ପାରି କରିବେ ଭୋଳାଶଙ୍କର’

ଭୁବନେଶ୍ୱର,୧।୧୧: ରାଜ୍ୟର ପ୍ରମୁଖ ମନୋରଞ୍ଜନ ଭିତ୍ତିକ ଘରୋଇ ଚ୍ୟାନେଲ ଜୀ ସାର୍ଥକ ଆଉ ଏକ ଓଡ଼ିଆ ସିନେମା ପ୍ରସାରିତ କରିବାକୁ ଯାଉଛି। ଏପରିକି ଆସନ୍ତା ନଭେମ୍ବର ୬ ତାରିଖ (ସୋମବାର) ସଂଧ୍ୟା ୬ଟା ୩୦ରେ ‘ପାରି କରିବେ ଭୋଳା ଶଙ୍କର’ର ସର୍ବଭାରତୀୟସ୍ତରରେ ମୁକ୍ତିଲାଭ କରିବାକୁ ଯାଉଛି। ଏହା ପୂର୍ବରୁ ସୋମବାର ଭୁବନେଶ୍ୱରର ଏକ ତାରକା ହୋଟେଲରେ ଉକ୍ତ ସିନେମାର ଅଡିଓ ରିଲିଜ ହୋଇଯାଇଛି। ସେହିଭଳି ଉକ୍ତ ସିନେମାରେ ୩ଟି ପ୍ରମୁଖ ଗୀତ ରହିଛି ଏବଂ ବରିଷ୍ଠ କଳାକାର ଡ. ନିର୍ମଳ ନାୟକ ସେ ସବୁ ଗୀତ ରଚନା କରିଥିବା ବେଳେ ପ୍ରଶାନ୍ତ ପାଢୀଙ୍କ ବଳିଷ୍ଠ ସଙ୍ଗୀତ ନିର୍ଦ୍ଦେଶନାରେ ବିଷ୍ଣୁ ମୋହନ କବି, ଅନ୍ତରା ଚକ୍ରବର୍ତ୍ତୀ, ସତ୍ୟଜିତ, ସୋହିନୀ ମିଶ୍ର, ତାରିକ ଅଜିଜ ଓ ସ୍ବସ୍ତିକ ପ୍ରମୁଖ କଣ୍ଠଦାନ କରିଛନ୍ତି। ଅପରପକ୍ଷରେ ଉକ୍ତ ଚଳଚ୍ଚିତ୍ରଟି ସମ୍ପୂର୍ଣ୍ଣ ପାରିବାରିକ ଏବଂ ଗାଁର କାହାଣୀକୁ ନେଇ ଆଗେଇଛି। ଉଲ୍ଲେଖଯୋଗ୍ୟ ଯେ ଉକ୍ତ ସିନେମାର ନାୟକ ଶଙ୍କର ଉପରେ ମହାଦେବଙ୍କ ଆଶୀର୍ବାଦ ରହିଛି। ଏପରିକି ପ୍ରତ୍ୟେକ ସୋମବାର ନାୟକ ଶଙ୍କର ଦେହରେ ଅଦ୍ଭୁତ ଐଶ୍ୱରୀୟ ଶକ୍ତି ପ୍ରାପ୍ତ ହୋଇଥାଏ, ଯାହା ସାଧାରଣ ମଣିଷ କେବେ ବି ଭାବି ପାରେନି। ତାହା ସେ କରିପାରେ। ତେଣୁ ଶଙ୍କର ଗାଁର ଛୋଟ ଠୁ ବଡ ସମସ୍ତଙ୍କର ଅତି ଆପଣାର ହୋଇଥାଏ ତେବେ ଶଙ୍କରର ଲୋକପ୍ରିୟତାକୁ ସହି ପାରନ୍ତିନି ସେହି ଗାଁର ଜମିଦାର ଅବିନାଶ ବାବୁ। ଶଙ୍କରର ବିନାଶ ପାଇଁ ଜମିଦାର ନାନା ଉପାୟ ଚିନ୍ତା କରନ୍ତି, ଜମିଦାରଙ୍କ ଝିଅ ପ୍ରତ୍ନତତ୍ତ୍ୱ ଗବେଷଣାରତ ଥିବା ବେଳେ ସେଇ ଆଳରେ ଜମିଦାର ଗାଁ ମନ୍ଦିର ଜମି ହଡପ କରିବାକୁ ଅବିନାଶ ବାବୁ ଚେଷ୍ଟା କରନ୍ତି। ଯେଉଁଥିରେ ବାଧକ ସାଜେ ଶଙ୍କର। ତେବେ ରୋମାଞ୍ଚକର କାହାଣୀକୁ ନେଇ ଆଗକୁ ସିନେମା ଗତିଶୀଳ ହେଉଛି। ଅନ୍ୟାୟର ଆୟୁଷ କେତେ ଓ ଅବିନାଶ-ଶଙ୍କରର ଛକାପଞ୍ଝାର ପରିଣତି କ’ଣ ହେବ ତାହା ସିନେମା ଦେଖିଲେ ଜାଣିହେବ। କାହାଣୀକାର ଅଛନ୍ତି ଚିନ୍ମୟ ଦାସ ପଟ୍ଟନାୟକଙ୍କ ‘ପାରି କରିବେ ଭୋଳା ଶଙ୍କର’ଫିଲ୍ମର ନିର୍ଦ୍ଦେଶନା ମୃତ୍ୟୁଞ୍ଜୟ ସାହୁ ଦେଇଥିବା ବେଳେ ଅଜୟ ରାଉତ ପ୍ରଯୋଜନା ଭାର ହାତକୁ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?