ଦ୍ୱିତୀୟ ଦିନରେ ପୌର କାର୍ଯ୍ୟାଳୟରେ ତାଲା, ଛିଡ଼ା ହୋଇ ଫେରିଗଲେ ଅଧିକାରୀ

ଆନନ୍ଦପୁର,୨୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା କାର୍ଯ୍ୟାଳୟରେ ୨ଦିନ ହେଲା ତାଲା ଝୁଲୁଛି। ବୁଧବାର ଅପରାହ୍ନରୁ ଉପନଗରପାଳଙ୍କ ସମେତ ସମସ୍ତ କାଉନସିଲର ପୌର କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି। ଫଳରେ ପୌର ଅଧିକାରୀଙ୍କ ସମେତ କର୍ମଚାରୀ ଦ୍ୱିତୀୟ ଦିନରେ କାର୍ଯ୍ୟାଳୟକୁ ଯାଇ ନ ପାରି ଫେରିଯାଇଛନ୍ତି।

ଅନ୍ୟପକ୍ଷରେ ଜରୁରୀ କାର୍ଯ୍ୟରେ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ନିରାଶ ହୋଇ ଘରକୁ ଫେରିଯାଉଥିବା ଦେଖିବାକୁ ମିଳିଛି। ଆନ୍ଦୋଳନରେ କାଉନସିଲରଙ୍କ ସହିତ ବହୁ ସଂଖ୍ୟାରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ସାମିଲ ହୋଇ ଧାରଣାରେ ବସିଛନ୍ତି। ପୌରପାଳିକା କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି ସାଙ୍ଗକୁ କର୍ମଚାରୀ ଅଭାବ ଯୋଗୁ ସରକାରୀ ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁ ନ ଥିବା ପୌର ଉପାଧ୍ୟକ୍ଷ ଦୁର୍ଗାଚରଣ ଦଳେଇ ଅଭିଯୋଗ କରିଛନ୍ତି। ଏପରି କି ବିଭିନ୍ନ ସମସ୍ୟାର ସମାଧାନ ସାଙ୍ଗକୁ ୧୦ ଦଫା ଦାବି ପୂକରଣ ନେଇ ଏହି ଆନ୍ଦୋଳନ ଜାରି ରହିଛି। ଏହାସତ୍ତ୍ୱେ ପୌର କାର୍ଯ୍ୟାଳୟର କୌଣସି ବରିଷ୍ଠ ଅଧିକାରୀଙ୍କ ଦେଖା ନାହିଁ। ଏନେଇ ଆନ୍ଦୋଳନକାରୀ ଉଦ୍‌ବେଗ ପ୍ରକାଶ କରିବା ସହ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବା ସହ ଆନନ୍ଦପୁର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri