ଦ୍ୱିତୀୟ ଦିନରେ ପୌର କାର୍ଯ୍ୟାଳୟରେ ତାଲା, ଛିଡ଼ା ହୋଇ ଫେରିଗଲେ ଅଧିକାରୀ

ଆନନ୍ଦପୁର,୨୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା କାର୍ଯ୍ୟାଳୟରେ ୨ଦିନ ହେଲା ତାଲା ଝୁଲୁଛି। ବୁଧବାର ଅପରାହ୍ନରୁ ଉପନଗରପାଳଙ୍କ ସମେତ ସମସ୍ତ କାଉନସିଲର ପୌର କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି। ଫଳରେ ପୌର ଅଧିକାରୀଙ୍କ ସମେତ କର୍ମଚାରୀ ଦ୍ୱିତୀୟ ଦିନରେ କାର୍ଯ୍ୟାଳୟକୁ ଯାଇ ନ ପାରି ଫେରିଯାଇଛନ୍ତି।

ଅନ୍ୟପକ୍ଷରେ ଜରୁରୀ କାର୍ଯ୍ୟରେ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ନିରାଶ ହୋଇ ଘରକୁ ଫେରିଯାଉଥିବା ଦେଖିବାକୁ ମିଳିଛି। ଆନ୍ଦୋଳନରେ କାଉନସିଲରଙ୍କ ସହିତ ବହୁ ସଂଖ୍ୟାରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ସାମିଲ ହୋଇ ଧାରଣାରେ ବସିଛନ୍ତି। ପୌରପାଳିକା କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି ସାଙ୍ଗକୁ କର୍ମଚାରୀ ଅଭାବ ଯୋଗୁ ସରକାରୀ ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରୁ ନ ଥିବା ପୌର ଉପାଧ୍ୟକ୍ଷ ଦୁର୍ଗାଚରଣ ଦଳେଇ ଅଭିଯୋଗ କରିଛନ୍ତି। ଏପରି କି ବିଭିନ୍ନ ସମସ୍ୟାର ସମାଧାନ ସାଙ୍ଗକୁ ୧୦ ଦଫା ଦାବି ପୂକରଣ ନେଇ ଏହି ଆନ୍ଦୋଳନ ଜାରି ରହିଛି। ଏହାସତ୍ତ୍ୱେ ପୌର କାର୍ଯ୍ୟାଳୟର କୌଣସି ବରିଷ୍ଠ ଅଧିକାରୀଙ୍କ ଦେଖା ନାହିଁ। ଏନେଇ ଆନ୍ଦୋଳନକାରୀ ଉଦ୍‌ବେଗ ପ୍ରକାଶ କରିବା ସହ ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବା ସହ ଆନନ୍ଦପୁର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?