Posted inଜାତୀୟ

ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲ କରିବେ ଦିଗବିଜୟ

ନୂଆଦିଲ୍ଲୀ,୨୯।୯: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଆସନ୍ତାକାଲି ଅର୍ଥାତ୍‌ ସେପ୍ଟେମ୍ବର ୩୦ରେ ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସ୍ପଷ୍ଟ କରିଛନ୍ତି। ଆଜି ନାମାଙ୍କନ ଫର୍ମ ନେବାକୁ ଆସଥିବା ଅବସରରେ ଏହି କଥା କହିଛନ୍ତି। ଅନ୍ୟପକ୍ଷରେ, ସେପ୍ଟେମ୍ବର ୩୦ରେ ଦିନ ୧୨.୩୦ରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଶଶି ଥରୁର ପୂର୍ବରୁ ଘୋଷଣା କରିସାରିଛନ୍ତି।
ସୂଚନାଯୋଗ୍ୟ, ଗାନ୍ଧୀ ପରିବାରର ସମର୍ଥନରେ ଅଶୋକ ଗେହଲଟ ଅଧ୍ୟକ୍ଷ ନିର୍ବାଚନ ଲଢି ଜିତିବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଗେହଲଟ କ୍ୟାମ୍ପ୍‌ର ୮୨ ଜଣ ବିଧାୟକ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ବିରୋଧରେ ଇସ୍ତଫା ଦେଇଥିଲେ। ସେବେଠାରୁ ସବୁ ଓଲଟପାଲଟ ହୋଇଥିଲା। ଏହି କାର୍ଯ୍ୟକୁ ଗାନ୍ଧୀ ପରିବାର ପସନ୍ଦ କରିନାହିଁ। ଗେହଲଟଙ୍କଠାରୁ ଏପରି ଆଶା କରାଯାଉ ନ ଥିଲା ବୋଲି ଖୋଦ ସୋନିଆ ଗାନ୍ଧୀ କହିଥିଲେ।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଛି। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ମତଦାନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri