ବିନା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ରେ ବି ୧୮ରୁ ୪୪ ବର୍ଷ ବୟସ୍କ ନେଇପାରିବେ ଟିକା

ନୂଆଦିଲ୍ଲୀ,୨୪।୫: କରୋନା ଭାକ୍ସିନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ୧୮ରୁ ୪୪ବର୍ଷର ଲୋକମାନେ ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ୍‌ ନ କରି ମଧ୍ୟ କୋଭିଡ ଟିକା ନେଇପାରିବେ। ଏଣିକି ଅନ୍‌ଲାଇନ୍‌ରେ ନ କରି ସିଧାସଳଖ ଟିକାକରଣ କେନ୍ଦ୍ରରେ ଲୋକମାନେ ରେଜିଷ୍ଟ୍ରଶନ କରାଇ ଟିକା ନେଇପାରିବେ ବୋଲି ଜଣାପଡ଼ିଛି। ବର୍ତ୍ତମାନ ଏହି ସୁବିଧା କେବଳ ସରକାରୀ କେନ୍ଦ୍ରରେ ଉପଲବ୍ଧ ହେବ। ବେସକରାରୀ ହସ୍ପିଟାଲଗୁଡ଼ିକରେ ଏବେ ବି ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ୍‌ କରାଇ ସ୍ଲଟ ବୁକ୍‌ କରିବାକୁ ପଡ଼ିବ। ସୂଚନାଯୋଗ୍ୟ, ମେ’ ମାସରୁ ୧୮ରୁ ୪୪ବର୍ଷର ବୟସ୍କଙ୍କୁ ଟିକା ନେବା ପାଇଁ ସରକାର ଘୋଷଣା କରିଥିଲେ। ପ୍ରଥମେ ଟିକାକରଣ କେନ୍ଦ୍ରରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ସରକାର ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌କୁ ଗୁରୁତ୍ୱ ଦେଇଥିଲେ। କିନ୍ତୁ ଏହାଦ୍ୱାରା ୨ପ୍ରକାରର ସମସ୍ୟା ଦେଖାଦେଇଥିଲା। ପ୍ରଥମଟି ହେଲା ଗ୍ରାମାଞ୍ଚଳର ଯେଉଁ ଲୋକଙ୍କ ପାଖରେ ସ୍ମାର୍ଟ ଫୋନ ନାହିଁ ସେମାନଙ୍କୁ ସ୍ଲଟ ବୁକିଂ କରିବାରେ ସମସ୍ୟା ଉପୁଜିଥିଲା। ଦ୍ୱିତୀୟଟି ହେଉଛି ଅନେକ ରାଜ୍ୟରୁ ଖବର ଆସୁଛି ଯେ, ଲୋକମାନେ ସ୍ଲଟ ବୁକ କରିବା ପରେ ବି ଟିକା ନେବା ପାଇଁ ଟିକାକରଣ କେନ୍ଦ୍ରକୁ ଆସୁନାହାନ୍ତି। ଫଳରେ ଟିକା ନଷ୍ଟ ହେଉଥିବା ଘଟଣା ସାମ୍ନାକୁ ଆସିଥିଲା। ତେବେ ସରକାରଙ୍କ ଦ୍ୱାରା ନିଆଯାଇଥିବା ଏହି ନିଷ୍ପତ୍ତି ଯୋଗୁ ବର୍ତ୍ତମାନ ଅବଶିଷ୍ଟ ଟିକା ବିନା ରେଜିଷ୍ଟ୍ରଶନ୍‌ରେ ଆସୁଥିବା ଲୋକଙ୍କୁ ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri