ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ

ପୁରୀ,୧୦।୯ (ଅଜିତ୍‌ ମହାନ୍ତି): ରବିବାର ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ। ଶନିବାର ମହାପ୍ରଭୁଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘାଶୁର ବଧ ନିତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ। ରବିବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଶ୍ରୀଜିଉମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ଼ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ । ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାରରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢି ମହାପ୍ରଭୁ ଦକ୍ଷିଣୀ ଘରକୁ ବିଜେ କରାଯିବ । ସେହିପରି ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri