୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି।

ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ପୁରୀ ଜିଲାପାଳଙ୍କୁ ଅବଗତ କରାଯାଇଛି। ପୂର୍ବାହ୍ନ ୧୧ଟାରେ ଗେଟ୍‌ ଖୋଲାଯିବାକୁ ସମୟ ନିର୍ଦ୍ଧାରଣ ହୋଇଛି। ଏନେଇ ହୀରାକୁଦ ଡ୍ୟାମ ତଳମୁଣ୍ଡରେ ବାସ କରୁଥିବା ଲୋକମାନଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏଥିଯୋଗୁ ମହାନଦୀ ଓ ଶାଖା ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। କୌଣସି ଅଘଟଣ ଘଟିଲେ ଡ୍ୟାମ୍‌ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ ବୋଲି ସୂଚନା ଜାରି କରାଯାଇଛି। ମିଳିଥିବା ରିପୋର୍ଟ ଅନୁସାରେ ବୁଧବାର ଡ୍ୟାମ୍‌ରେ ଜଳସ୍ତର ୬୦୭.୭୫ ଫୁଟ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଠୁ ୩ଦିନ ଯାଏଁ ସ୍କୁଲ ଛୁଟି, ହେଲେ ନିୟମିତ ଆସିବେ ଶିକ୍ଷକ

ଭୁବନେଶ୍ୱର,୧୮।୪: ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।...

ସକାଳୁ ଟପିଲାଣି ୩୬ ଡିଗ୍ରୀ, ସିଭିୟର ହିଟ୍ ୱେଭ୍ ପାଇଁ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୧୮।୪: ଜଳୁଛି ଓଡ଼ିଶା। ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ...

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri