୧୫ରେ ଡ୍ରାଇଭର ମହାସଂଘର ଧର୍ମଘଟ

ଭଞ୍ଜନଗର,୪।୩(ଡି.ଏନ.ଏ): ଓଡ଼ିଶା ଡ଼୍ରାଇଭର ମହାସଂଘ ଆସନ୍ତା ୧୫ ତାରିଖରେ ୯ ଦଫା ଦାବି ନେଇ ରାଜ୍ୟବ୍ୟାପୀ ଧର୍ମଘଟ କରିବା ସହ ଅଖଚକ ବନ୍ଦ କରିବାକୁ ଚେତାବନୀ ଦେଇଛି । ଏନେଇ ଭଞ୍ଜନଗର ଶାଖା ପକ୍ଷରୁ ଶୁକ୍ରବାର ସହରରେ ଏକ ଶୋଭାଯାତ୍ରା କରାଯିବା ପରେ ଉପଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ୧୫ ତାରିଖ ପୂର୍ବରୁ ସରକାର ଯଦି ଦାବି ପୂରଣ କରନ୍ତି ତେବେ ଆନ୍ଦୋଳନ ପ୍ରତ୍ୟାହାର କରିନିଆଯିବ ବୋଲି ଜଣେ କର୍ମକର୍ତ୍ତା ସୂଚନା ଦେଇଛନ୍ତି । ଦାବିଗୁଡ଼ିକ ହେଲା ଦୁର୍ଘଟଣାରେ ପ୍ରାଣ ହରାଉଥିବା ଡ଼୍ରାଇଭରମାନଙ୍କୁ ୨୦ ଲକ୍ଷ ଟଙ୍କା ବୀମା ରାଶି ପ୍ରଦାନ, ଅକର୍ମଣ୍ୟଙ୍କୁ ୧୦ଲକ୍ଷ ଟଙ୍କା ବୀମା ରାଶି ସହାୟତା ଏବଂ ୫ଲକ୍ଷ ଟଙ୍କାର ଚିକିସତ୍ା ବୀମା, ୫୫ବର୍ଷ ପରେ ପେନସନ୍‌, ଜନସାଧାରଣଙ୍କ ଅକ୍ରୋଶର ଶିକାର ହେଉଥିବା ଡ଼୍ରାଇଭରମାନଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ, ରାସ୍ତା ଉପରେ ଯାନବାହାନ ଯାଞ୍ଚ ବାହାନରେ ଡ଼୍ରାଇଭରମାନଙ୍କୁ ହଇରାଣ କରାନଯାଉ, ଆବାସ ଯୋଜନାରେ ୫ଲକ୍ଷ ଟଙ୍କା ପ୍ରଦାନ, ଡ଼୍ରାଇଭରମାନଙ୍କ ଛୁଆମାନଙ୍କ ଉଚ୍ଚଶିକ୍ଷା ପାଇଁ ବ୍ୟବସ୍ଥା, ଲାଇସେନ୍ସ ଅର୍ଥ ୧୫ ହଜାରରୁ କମ୍‌ କରାଯାଉ, ଡ୍ରାଇଭରମାନଙ୍କ ପାଇଁ ଶୌଚାଳୟ ଏବଂ ବିଶ୍ରାମସ୍ଥଳ ନିର୍ମାଣ କରିବା ଆଦି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri