୧୫ରେ ଡ୍ରାଇଭର ମହାସଂଘର ଧର୍ମଘଟ

ଭଞ୍ଜନଗର,୪।୩(ଡି.ଏନ.ଏ): ଓଡ଼ିଶା ଡ଼୍ରାଇଭର ମହାସଂଘ ଆସନ୍ତା ୧୫ ତାରିଖରେ ୯ ଦଫା ଦାବି ନେଇ ରାଜ୍ୟବ୍ୟାପୀ ଧର୍ମଘଟ କରିବା ସହ ଅଖଚକ ବନ୍ଦ କରିବାକୁ ଚେତାବନୀ ଦେଇଛି । ଏନେଇ ଭଞ୍ଜନଗର ଶାଖା ପକ୍ଷରୁ ଶୁକ୍ରବାର ସହରରେ ଏକ ଶୋଭାଯାତ୍ରା କରାଯିବା ପରେ ଉପଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ୧୫ ତାରିଖ ପୂର୍ବରୁ ସରକାର ଯଦି ଦାବି ପୂରଣ କରନ୍ତି ତେବେ ଆନ୍ଦୋଳନ ପ୍ରତ୍ୟାହାର କରିନିଆଯିବ ବୋଲି ଜଣେ କର୍ମକର୍ତ୍ତା ସୂଚନା ଦେଇଛନ୍ତି । ଦାବିଗୁଡ଼ିକ ହେଲା ଦୁର୍ଘଟଣାରେ ପ୍ରାଣ ହରାଉଥିବା ଡ଼୍ରାଇଭରମାନଙ୍କୁ ୨୦ ଲକ୍ଷ ଟଙ୍କା ବୀମା ରାଶି ପ୍ରଦାନ, ଅକର୍ମଣ୍ୟଙ୍କୁ ୧୦ଲକ୍ଷ ଟଙ୍କା ବୀମା ରାଶି ସହାୟତା ଏବଂ ୫ଲକ୍ଷ ଟଙ୍କାର ଚିକିସତ୍ା ବୀମା, ୫୫ବର୍ଷ ପରେ ପେନସନ୍‌, ଜନସାଧାରଣଙ୍କ ଅକ୍ରୋଶର ଶିକାର ହେଉଥିବା ଡ଼୍ରାଇଭରମାନଙ୍କ ସୁରକ୍ଷା ପାଇଁ ସ୍ବତନ୍ତ୍ର ଆଇନ, ରାସ୍ତା ଉପରେ ଯାନବାହାନ ଯାଞ୍ଚ ବାହାନରେ ଡ଼୍ରାଇଭରମାନଙ୍କୁ ହଇରାଣ କରାନଯାଉ, ଆବାସ ଯୋଜନାରେ ୫ଲକ୍ଷ ଟଙ୍କା ପ୍ରଦାନ, ଡ଼୍ରାଇଭରମାନଙ୍କ ଛୁଆମାନଙ୍କ ଉଚ୍ଚଶିକ୍ଷା ପାଇଁ ବ୍ୟବସ୍ଥା, ଲାଇସେନ୍ସ ଅର୍ଥ ୧୫ ହଜାରରୁ କମ୍‌ କରାଯାଉ, ଡ୍ରାଇଭରମାନଙ୍କ ପାଇଁ ଶୌଚାଳୟ ଏବଂ ବିଶ୍ରାମସ୍ଥଳ ନିର୍ମାଣ କରିବା ଆଦି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri