୧୬ରେ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍‌, ଉଠାଦୋକାନ ବନ୍ଦ

ଭୁବନେଶ୍ୱର, ୧୩।୨(ବନ୍ଦନା ସେଠୀ): ଆସନ୍ତା ୧୬ ତାରିଖରେ ହେବାକୁ ଥିବା ସର୍ବଭାରତୀୟ ଧର୍ମଘଟକୁ ସମର୍ଥନ ଜଣାଇ ସମ୍ପୃକ୍ତ ଦିନ ପ୍ରାତଃ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଭେଣ୍ଡିଂଜୋନ୍‌ ଓ ଉଠାଦୋକାନ ବନ୍ଦ ରହିବ। ଏନେଇ ନ୍ୟାଶନାଲ ହକର୍‌ ଫେଡେରେଶନ ପକ୍ଷରୁ ସୋମବାର ଇନ୍ଦିରାଗାନ୍ଧୀ ପାର୍କ ନିକଟରେ ଆୟୋଜିତ ରାଜ୍ୟ କମିଟି ବୈଠକରେ ସୂଚନା ଦିଆଯାଇଛି। ଏଥିରେ ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନମାନଙ୍କ ସଂଯୁକ୍ତ ମୋର୍ଚ୍ଚା, ସ୍ବାଧୀନ ଫେଡ଼େରେଶନ ଆଦି ପକ୍ଷରୁ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ବନ୍ଦକୁ ସମର୍ଥନ ଓ ସଫଳ କରିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିସହ ସଭା, ଶୋଭାଯାତ୍ରା ଓ ପିକେଟିଂ ମାଧ୍ୟମରେ ପ୍ରତିବାଦ ଜାରି ରହିବ ବୋଲି ନ୍ୟାଶନାଲ୍‌ ହକର୍‌ ଫେଡେରେଶନର ରାଷ୍ଟ୍ରୀୟ ଅତିରିକ୍ତ ସାଧାରଣ ସମ୍ପାଦକ ଜୟନ୍ତ ଦାସ ଏବଂ ଜାତୀୟ ସମ୍ପାଦକ ତଥା ଓଡ଼ିଶା ରାଜ୍ୟ ସାଧାରଣ ସମ୍ପାଦକ ପ୍ରତାପ କୁମାର ସାହୁ କହିଛନ୍ତି। ବୈଠକରେ ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ, ଓଡ଼ିଶା ପଥ ବିକ୍ରେତା ସଂଘ, ରାଉରକେଲା ଉଠାଦୋକାନୀ ମହାସଂଘ, କଟକ ଉଠାଦୋକାନୀ ମହାସଂଘ, ସମ୍ବଲପୁର ଉଠାଦୋକାନୀ ମହାସଂଘ, ବ୍ରହ୍ମପୁର ଉଠାଦୋକାନୀ ମହାସଂଘ, କୋଣାର୍କ ଉଠାଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀ ସଂଘ, ଅଲ୍‌ଇଣ୍ଡିଆ ମହିଳା ଉଠାଦୋକାନୀ ସଂଘ ଏବଂ ଅଲ୍‌ଇଣ୍ଡିଆ ଯୁବ ଉଠାଦୋକାନୀ ସଂଘର କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri