୨୪ରେ ଭୀଷଣ ରୂପ ନେଇ ଉପକୂଳମୁହାଁ ହେବ ୟାସ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’କୁ ନେଇ ଆଇଏମ୍‌ଡିର ପୂର୍ବ ଆକଳନ ଠିକ୍‌ ହୋଇଛି। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟା ରୂପ ନେବ।
ଆଇଏମ୍‌ଡି ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି ଯେ, ଏହି ବାତ୍ୟା କ୍ରମେ ଅତି ଭୀଷଣ ରୂପ ନେଇ ଉପକୂଳମୁହାଁ ହେବ। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୬ ତାରିଖ ସା ସୁଦ୍ଧା ବାତ୍ୟା ଉପକୂଳ ଛୁଇଁବ। ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଏହା ଉପକୂଳ ଛୁଇଁବ।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଏପର୍ଯ୍ୟନ୍ତ ଏହା ନିର୍ଦ୍ଦିଷ୍ଟ ଭାବେ କେଉଁଠି ସ୍ଥଳଭାଗ ଛୁଇଁବ, ତାହା ଆମେ ଆକଳନ କରିନାହୁଁ। ତେବେ ଗୋଟିଏ ପାଦ ଆଗକୁ ଯାଇ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଏହା ଉପକୂଳ ଛୁଇଁବ ବୋଲି ଆକଳନ କରିଛୁ। ତେବେ ରବିବାର ଏହା ଅବପାତର ରୂପ ନେବା ପରେ କେଉଁଠି ଲ୍ୟାଣ୍ଡଫଲ କରିବ, ତା’ର ଆକଳନ କରାଯାଇପାରିବ। ଲଘୁଚାପ ପ୍ରଭାବରେ ଏବେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଶାନ୍ତ ରହିଛି। ୨୪ ତାରିଖ ପର୍ଯ୍ୟନ୍ତ ଏସବୁ ଅଞ୍ଚଳ ଅଶାନ୍ତ ରହିବ। ପରେ ଉତ୍ତର ବଙ୍ଗୋପସାଗର ଏବଂ ନିକଟସ୍ଥ କେନ୍ଦ୍ରୀୟ ବଙ୍ଗୋପସାଗର ୨୪ ରୁ ୨୭ ତାରିଖ ଯାଏ ଅଶାନ୍ତ ରହିବ। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?