୨୯ରେ କୁଲାଡ଼ ଗ୍ରାମବାସୀଙ୍କ ଆନ୍ଦୋଳନ

ବଅଁରପାଳ,୨୬।୧୧(ଡି.ଏନ.ଏ.): ନାଲ୍‌କୋ ପାରିପାର୍ଶ୍ୱିକ ଗ୍ରାମ କୁଲାଡ଼ ଗ୍ରାମବାସୀଙ୍କ ପକ୍ଷରୁ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଊଷାରାଣୀ ସ୍ବାଇଁ ଏହାର ନେତୃତ୍ୱ ନେଇଥିଲେ। ବୈଠକରେ କୁହାଯାଇଛି ଯେ, ନାଲ୍‌କୋ ପ୍ଲାଣ୍ଟ ନିକଟରେ ଥିବା କୁଲାଡ଼ ଗ୍ରାମବାସୀ ଦୀର୍ଘଦିନ ହେଲା ଧୂଳିଧୂଆଁରେ ଜୀବନ ବିତାଉଛନ୍ତି। ହେଲେ ଗ୍ରାମକୁ ଅବହେଳା କରାଯାଉଛି। ଗ୍ରାମରେ ବହୁ ବେକାର ଯୁବତୀଯୁବକ ଥିଲେ ମଧ୍ୟ ସେମାନଙ୍କୁ ଥଇଥାନ କରାଯାଉନାହିଁ। ସ୍କୁଲର ଉନ୍ନତି କରାଯାଉ ନ ଥିବାବେଳେ ରାସ୍ତାଘାଟ ଶୋଚନୀୟ ହୋଇପଡିଛି। ନାଲ୍‌କୋରେ ଯାଇଥିବା ସ୍ଥାୟୀ ସରକାରୀ ଜମି, ଗୋଚର ଜମି ଏବଂ ଜଳାଶୟ, ଜଙ୍ଗଲ ଜମି ବଦଳରେ ଗ୍ରାମବାସୀଙ୍କୁ ଜମି ପ୍ରଦାନ କରିବା ପାଇଁ ଗ୍ରାମବାସୀ ଦାବି କରିଥିଲେ। ଅଫିସରମାନଙ୍କ ସମ୍ପର୍କୀୟମାନେ ବିଭିନ୍ନ କାର୍ଯ୍ୟରେ ନିୟୋଜିତ ହେଉଥିବାବେଳେ ପାରିପାର୍ଶ୍ୱିକ ଲୋକଙ୍କୁ ଅବହେଳା କରାଯାଉଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଥିଲେ। ଏହାର ପ୍ରତିବାଦରେ ଆସନ୍ତା ୨୯ ତାରିଖରେ ଆନ୍ଦୋଳନ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ବୈଠକରେ ଗ୍ରାମ ସଭାପତି ଅଶୋକ ବିଶୋଇ, ସମ୍ପାଦକ ବିଚିତ୍ରା ସାମଲ, ପ୍ରଭାତ ବିଶୋଇ, ପୂର୍ବତନ ସରପଞ୍ଚ ପଦ୍ମ ଅମାନ୍ତ, ହରମୋହନ ସିଂ, ଭାଗୀରଥି ଜେନା, ଟ୍ରକ୍‌ ମାଲିକ ସଂଘ ସଭାପତି ମନୋରଞ୍ଜନ ଜେନା, ଅଭୟ ସିଂ, ଶେଷଦେବ ଦେହୁରୀ, ରାଜା ଧୀର, ବିନୋଦ ସେଠ, ବୁଟୁ ଅମାନ୍ତ, ମୁକେଶ ଜେନା, ରମେଶ ଆମାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri