ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି ଷୋଡ଼ଶ ଉପଚାର ପର୍ବ। ୧୬ ଦିନ ବ୍ୟାପୀ ପାଳିତ ହେଉଥିବା ଏହି ପାରମ୍ପରିକ ପୂଜାର୍ଚ୍ଚନା ପାଇଁ ମା’ଙ୍କ ପୀଠରେ ଏକ ଭକ୍ତିମୟ ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।

ପରମ୍ପରା ଅନୁଯାୟୀ, ପୂଜାର ପ୍ରଥମ ଦିନରେ ସେବାୟତ ଓ ସେମାନଙ୍କ ପରିବାରବର୍ଗ ପବିତ୍ର ଋଷିକୂଲ୍ୟା ନଦୀକୂଳରେ ପୂଜାର୍ଚ୍ଚନା କରି ୧୦୮ ମାଠିଆ ସୁବାସିତ ଜଳ ସଂଗ୍ରହ କରିଥିଲେ। ପରେ ୯୯୯ଟି ପାହାଚ ଚଢ଼ି ରତ୍ନଗିରି ପାହାଡ଼ ଉପରେ ଅବସ୍ଥିତ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ। ମନ୍ଦିର ଗମ୍ଭୀରାରେ ବିରାଜମାନ ମା’ ତାରାତାରିଣୀଙ୍କ ଦୁଇ ଭଉଣୀଙ୍କ ଚଳନ୍ତି ପ୍ରତିମାକୁ ଗୋଟି ପହଣ୍ଡି ମାଧ୍ୟମରେ ସ୍ନାନବେଦିକୁ ଅଣାଯାଇ ସେହି ୧୦୮ ମାଠିଆ ସୁବାସିତ ଜଳରେ ପବିତ୍ର ସ୍ନାନ କରାଯାଇଥିଲା।

ଏହାପରେ ଷୋଡ଼ଶ ଉପଚାର ପୂଜାର କୁମ୍ଭସ୍ଥାପନା ସହ ଅନ୍ୟାନ୍ୟ ରୀତିନୀତି ଆରମ୍ଭ ହୋଇଛି। କୁଳପୁରୋହିତ ପଣ୍ଡିତ ସିମାଞ୍ଚଳ ଦାଶ ଶର୍ମା ବେଦମନ୍ତ୍ର ଓ ଚଣ୍ଡିପାଠ କରୁଥିବା ବେଳେ ସେବାୟତ ସଂଘ ସଭାପତି ତପନ ରଣା କର୍ତ୍ତା ଭାବେ ଦାୟିତ୍ୱ ତୁଲାଉଛନ୍ତି। ବାପୁଜି ରଣାଙ୍କ ସମେତ ଅନ୍ୟ ସେବାୟତମାନେ ପୂଜା କାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି।

ମୂଳାଷ୍ଟମୀରୁ ମହାଷ୍ଟମୀ ପର୍ଯ୍ୟନ୍ତ ଏହି ୧୬ ଦିନ ଧରି ପୀଠରେ ପ୍ରତ୍ୟହ ଚଣ୍ଡିପାଠ, ହୋମ-ଯଜ୍ଞ ଓ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହେବ। ଏହି ସମୟରେ ମା’ଙ୍କୁ ଦର୍ଶନ କଲେ ସମସ୍ତ ଦୁଃଖକଷ୍ଟ ଲାଘବ ହୁଏ ବୋଲି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଗଭୀର ବିଶ୍ୱାସ ରହିଛି।

ଭକ୍ତଙ୍କ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ସୁଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗଞ୍ଜାମ ଜିଲ୍ଲାପାଳ ଭି. କିର୍ତ୍ତିୱାସନ ନିଜେ ସ୍ଥିତି ତଦାରଖ କରିଥିବା ବେଳେ ପୁରୁଷୋତ୍ତମପୁର ତହସିଲଦାର ତଥା ମନ୍ଦିର ନିର୍ବାହୀ ଅଧିକାରୀ ବିନୋଦ କୁମାର ବେହେରା କାର୍ଯ୍ୟକ୍ରମ ପରିଚାଳନା କରୁଛନ୍ତି। ଅତିରିକ୍ତ ତହସିଲଦାର ସଂଗିତା ସେଠୀ, ଦେବାଶିଶ ମହାପାତ୍ର, ଏସଡିପିଓ ସୁଜିତ କୁମାର ନାୟକ ଓ ଆଇଆଇସି କୁଳମଣି ସେଠୀଙ୍କ ତତ୍ତ୍ୱାବଧାନରେ ପୋଲିସ ବାହିନୀ ମୁତୟନ ରହି ଆଇନଶୃଙ୍ଖଳା ନିୟନ୍ତ୍ରଣ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?