ଗଣେଶ ପୂଜା ଦିନ ଛତ୍ରପୁର ସବ୍‌ଡିଭିଜନରେ ୫୦ ହଜାର ଟପିବ କରୋନା ଟେଷ୍ଟ

ଛତ୍ରପୁର,୨୧।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ସର୍ବସଧାରଣ ସ୍ଥାନରେ ପାଳନ ହେବନି ଗଣେଷ ପୂଜ। ତେବେ ଛତ୍ରପୁର ସବ୍‌ଡିଭିଜନରେ ଲୋକେ ଘରେ ପୂଜା କରନ୍ତୁ ବୋଲି ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ ପଟୱାରି ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କହିଛନ୍ତି ।  ଏହି ପରିପ୍ରେକ୍ଷୀରେ ତହସିଲ ଓ ପୋଲିସ ପ୍ରଶାସନକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅପରପକ୍ଷରେ ଗଣେଶ ପୂଜା ତଥା ଶନିବାର ସୁଦ୍ଧା ଛତ୍ରପୁର ସବ୍‌ଡିଭିଜନରେ ୫୦ ହଜାର କରୋନା ଟେଷ୍ଟ ଟପିବ ବୋଲି ଏଡିଏମ୍‌ କହିଛନ୍ତି । ଗୁରୁବାର ସୁଦ୍ଧା ଏହି ସବ୍‌ଡିଭିଜନରେ ୪୬ ହଜାର ୫୦୪ ଟେଷ୍ଟ ହୋଇଛି । କେବଳ ଗତ ସପ୍ତାହରେ ୧୬ ହଜାର ୬୬୧ ଟେଷ୍ଟ ହୋଇଛି । ବର୍ତ୍ତମାନ ସୁଦ୍ଧା ଏହି ସବ୍‌ଡିଭିଜନରେ ୪ ହଜାର ୫୪୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେଥିରୁ ୩ ହଜାର ୮୧୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଯାହାକି ୮୪ ପ୍ରତିଶତ ରହିଛି ।  ଏବେ ୬୮୦ ଆକ୍ଟିଭ୍‌ କେସ ରହିଛି। ଏଥିସହ କରୋନାରେ ୪୧ ଜଣଙ୍କ ମୃତ୍ୟୁ ହୋଇଛି । ସେଥିମଧ୍ୟରେ ୬ ଜଣ କୋଭିଡ୍‌ ଯୋଦ୍ଧା ଅଛନ୍ତି।  କରେନା ସଂକ୍ରମିତଙ୍କ ସଂଖ୍ୟା କିଭଳି ଶୂନ ହେବ ସେନେଇ ଲକ୍ଷ୍ୟ ରଖି କାର୍ଯ୍ୟ ଚାଲିଥିବା ଏଡିଏମ୍‌ କହିଛନ୍ତି। ଏଥିରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri