ଏକାଦଶୀରେ ଟଣାହେବ ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା ଅଫିସ, ୯।୭: ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା ଆସନ୍ତା ଏକାଦଶୀରେ ରବିବାର ଶେଷ ହେବ। ଏଥିପାଇଁ ଜିଲା ପ୍ରଶାସନ ଓ ଦେବୋତର ଟ୍ରଷ୍ଟ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଦଶମୀ ତିଥିରେ ଅର୍ଥାତ ଶନିବାର ସନ୍ଧ୍ୟାରୁ ଶ୍ରୀଜୀଉମାନେ ବାହୁଡା ବିଜେ ପାଇଁ ରଥାଋଢ଼ ହେବେ। ଅପରାହ୍ନରେ ଶ୍ରୀଜୀଉଙ୍କ ଖେଚୁଡି ଭୋଗ ପରେ ରଥ ଦକ୍ଷିଣ ମୋଡ ହେବ। ବାହୁଡା ଦ୍ୱାରରେ ସନ୍ଧ୍ୟା ପ୍ରାୟ ୭ଟାରେ ଶ୍ରୀଜୀଉଙ୍କୁ ଧାଡି ପହଣ୍ଡିରେ ରଥାରୁଢ଼ କରାଯିବ। ଏକାଦଶୀ ତିଥିରେ ଅପରାହ୍ନ ୨ଟାରେ ଶ୍ରୀଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଟଣା ହେବ ବୋଲି ଟ୍ରଷ୍ଟ ବୋର୍ଡ କାର୍ଯ୍ୟନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ରଥାଋଢ଼ ଶ୍ରୀଜୀଉଙ୍କ ମଙ୍ଗଳ ଆଳତି ଓ ନୀତିସ୍ନାନ ବଢ଼ିଲା ପରେ ଶ୍ରୀଜୀଉଙ୍କ ରଘୁନାଥ ବେଶ ହେବ। ଏହି ବେଶରେ ଶ୍ରୀଜଗନ୍ନାଥଙ୍କ ଶ୍ରୀରାମ ବେଶ ହୋଇଥିବା ବେଳେ ବଡଭାଇ ଶ୍ରୀବଳଦେବଜୀଉଙ୍କୁ ସାନୁଜ ଲକ୍ଷ୍ମଣ ବେଶରେ ସଜ୍ଜିତ କରାଯିବ। ଶ୍ରୀଜୀଉଙ୍କ ଉଭୟପାର୍ଶ୍ୱରେ ହନୁମାନ, ଅଙ୍ଗଦ, ନଳ, ନୀଳ, ସୁଶେଣ, ଜାମ୍ବବାନଙ୍କ କାଷ୍ଠ ନିର୍ମିତ ମୂର୍ତି ଶୋଭା ପାଇଥାଏ। ଶ୍ରୀଜୀଉଙ୍କ ଶ୍ରୀଚରଣ ଓ ଶ୍ରୀଭୂଜ ଲାଗି ହୋଇ ପଦ୍ମ ଫୁଲ ଉପରେ ସେବାୟତମାନେ ଉପବେସନ କରାଇବେ। ସନ୍ଧ୍ୟାରେ ଶ୍ରୀଜୀଉଙ୍କ ଏହି ବେଶ ଉଲାଗି ହୋଇ ଅଧରପଣା ନୀତି ହେବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ପତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri