ପ୍ରଥମ ଦିନରେ ୭୯ ପ୍ରତିଶତ ନେଲେ ଟିକା

ଭୁବନେଶ୍ୱର,୧୬।୧: ରାଜ୍ୟରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଯାଇଛି। ୧୬୧ଟି ଟିକାଦାନ କେନ୍ଦ୍ରରେ ପ୍ରଥମ ପର୍ଯ୍ୟାୟରେ ୧୬୩୩୦ ଜଣ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ଟିକା ଦେବାର ଲକ୍ଷ୍ୟ ରଖାଯାଇଥିବା ବେଳେ ୧୨୯୪୧ଜଣ ଅର୍ଥାତ ୭୯ ପ୍ରତିଶତ ଟିକା ନେଇଛନ୍ତି। ପୂର୍ବାହ୍ନ ସାଢେ ୧୦ଟାରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ଭରଚୁଆଲ ମାଧ୍ୟମରେ ଟିକାକରଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ। ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଭରଚୁଆଲ ମାଧ୍ୟମରେ କ୍ୟାପିଟାଲ ହସ୍ପିଟାଲରେ ପ୍ରଥମ ଟିକା ନେଇଥିବା ସଫାଇ କର୍ମଚାରୀ ବରଞ୍ଚି ନାୟକ, ସୁନ୍ଦରଗଡ଼ର ଜଣେ ଷ୍ଟାଫ୍‌ ନର୍ସ ଏବଂ ଗଞ୍ଜାମର ଜଣେ ଡାକ୍ତରଙ୍କ ସହ କଥା ହୋଇଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଝାରସୁଗୁଡ଼ାରୁ ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚବି ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଅତରିକ୍ତ ମୁଖ୍ୟ ଶାସନ ସଚବି(ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ) ପ୍ରଦୀପ କୁମାର ମହାପାତ୍ର ଧନ୍ୟବାଦ ଅପର୍ପଣ କରିଥିଲେ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ଟିକା କେନ୍ଦ୍ରରେ ଟିକାଦାନ ଆରମ୍ଭ ହୋଇଥିଲା। ଭୁବନେଶ୍ୱର ପୌରାଞ୍ଚଳର ୬ଟି ଟିକାଦାନ କେନ୍ଦ୍ରରେ ୬୦୦ ଟିକା ଦିଆଯିବାର ବ୍ୟବସ୍ଥା କରାଯାଇଥିଲା। ସେହପିରି କଟକର ୨ଟି କେନ୍ଦ୍ରରେ ଟିକା ଦେବାର ବ୍ୟବସ୍ଥା ହୋଇଥିଲା। ଟିକା ନେଇଥିବା ବ୍ୟକ୍ତିଙ୍କ ମଧ୍ୟରେ ରାଜ୍ୟ ମେଡିକାଲ ଶିକ୍ଷା ଓ ତାଳିମ ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି, ଅଖିଳ ଭାରତ ଆୟୁରବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶିକା ଡାକ୍ତର ଗୀତାଞ୍ଜଳି ବତ୍ମାନାବେନ, କମିସ୍‌ର ନିର୍ଦ୍ଦେଶକ ଡାକ୍ତର ପ୍ରଦୀପ କୁମାର ପଟ୍ଟନାୟକ, ଶୀରାମଚନ୍ଦ୍ରଭଞ୍ଜ ମେଡିକାଲ କେଲଜର ଭେଷଜ ବିଭାଗ ମୁଖ୍ୟ ଡାକ୍ତର ଜୟନ୍ତ କୁମାର ପଣ୍ଡା, ଯକ୍ଷ୍ମା ଓ ଛାତି ରୋଗ ବଭାଗ ପ୍ରଫେସର ଓ ବିଭାଗୀୟ ମୁଖ୍ୟ ଡାକ୍ତର ମନୋରଞ୍ଜନ ପଟ୍ଟନାୟକ, କ୍ୟାପିଟାଲ ହସ୍ପିିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁଙ୍କ ସହ ଅନ୍ୟ କର୍ମଚାରୀ ପ୍ରମୁଖ ଟିକା ନେଇଥିଲେ। ଟିକା ନେବା ପରେ ସମସ୍ତେ ସୁସ୍ଥ ଅନୁଭବ କରିବା ସହ ଯନ୍ତ୍ରଣା ବିହୀନ ଓ ନିରାପଦ ବୋଲି ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri