Posted inଖେଳ

ପ୍ରଥମ ଦିନରେ ନିରାଶ କଲେ ତୀରନ୍ଦାଜ

ଟୋକିଓ,୨୩।୭: ଟୋକିଓ ଅଲିମ୍ପିକ୍ସର ପ୍ରଥମ ଦିବସରେ ଭାରତୀୟ ତୀରନ୍ଦାଜ ନୀରାଶ କରିଛନ୍ତି। ମହିଳା ତୀରନ୍ଦାଜ ଦୀପିକା କୁମାରୀ ଓ ପୁରୁଷ ପ୍ରତିଯୋଗୀ ଅତନୁ ଦାସ, ପ୍ରବୀଣ ଯାଦବ ଓ ତରୁଣଦୀପ ରାୟ ର଼୍ୟାଙ୍କିଙ୍ଗ୍‌ ରାଉଣ୍ଡ ପ୍ରତିଯୋଗିତାରେ ଶୁକ୍ରବାର ଅବତୀର୍ଣ୍ଣ ହୋଇଥିଲେ। ଆଶାନୁଯାୟୀ ପ୍ରଦର୍ଶନ କରିବାରେ ସଫଳ ହୋଇ ନ ଥିଲେ କୌଣସି ତୀରନ୍ଦାଜ।

ର଼୍ୟାଙ୍କିଙ୍ଗ୍‌ ରାଉଣ୍ଡରେ ଦୀପିକା ଅଲିମ୍ପିକ୍ସ କ୍ୟାରିୟରର ଶ୍ରେଷ୍ଠ ଦ୍ରଦର୍ଶନ ଦେଇଥିଲେ ମଧ୍ୟ ୯ମ ସ୍ଥାନ ଅଧିକାର କରିବାକୁ ସକ୍ଷମ ହୋଇଥିଲେ। ମୋଟ ୭୨୦ରୁ ୬୬୩ ପଏଣ୍ଟ ହାସଲ କରିଥିଲେ ଦୀପିକା। ରାଉଣ୍ଡର ପ୍ରଥମାର୍ଦ୍ଧ ସୁଦ୍ଧା ଦୀପିକା ୩୩୪ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ଥିଲେ। କିନ୍ତୁ ପରବର୍ତ୍ତୀ ପର୍ଯ୍ୟାୟରେ ବିଫଳ ହୋଇଥିଲେ ଭାରତର ନଂ ୧ ମହିଳା ତୀରନ୍ଦାଜ। ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ୬୬୨ ଓ ୨୦୧୬ ରିଓ ଅଲିମ୍ପିକ୍ସରେ ୬୪୦ ସ୍କୋର କରିଥିଲେ।

ପୁରୁଷ ର଼୍ୟାଙ୍କିଙ୍ଗ୍‌ ରାଉଣ୍ଡରେ ଅତନୁ ୩୫ତମ ସ୍ଥାନରେ ରହିଥିବା ବେଳେ ପ୍ରବୀଣ ୩୧ତମ ସ୍ଥାନରେ ରହିଥିଲେ। ସେହିପରି ତରୁଣଦୀପ ରାୟ ୩୭ ତମ ସ୍ଥାନରେ ରହିଥିଲେ। ପ୍ରତିଯୋଗିତାରେ କୋରିଆ ଖେଳାଳିଙ୍କ ଆଧିପତ୍ୟ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri