ବିବାହର ପ୍ରଥମ ରାତିରେ ସ୍ବାମୀଙ୍କ ଆଖି ସାମ୍ନାରେ ସ୍ତ୍ରୀଙ୍କୁ ଗଣବଳାତ୍କାର, ଆଉ ତା’ ପରେ…

ଇସଲାମାବାଦ,୨୮ା୫: ପାକିସ୍ତାନରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୨ ବର୍ଷୀୟା ନବ ବିବାହିତାଙ୍କୁ ବିବାହର ପ୍ରଥମ ରାତିରେ ସ୍ବାମୀଙ୍କ ଆଖି ସାମ୍ନାରେ ୪ ଜଣ ଗଣବଳାତ୍କାର କରିଛନ୍ତି। ଏହି ବଳାତ୍କାରୀମାନେ ପୋଲିସ ୟୁନିଫର୍ମରେ ଘର ଭିତରକୁ ଯାଇ ଖୋଜାଖୋଜି ବାହାନା କରି ନବ ବିବାହିତାଙ୍କ କୋଠରିରେ ପ୍ରବେଶ କରିଥିଲେ।

ବୁଧବାର ରାତିରେ ବର ମହମ୍ମଦ ଲତିଫଙ୍କ ସହିତ ମୁଲତାନ ଜିଲାର ମୋଚିପୁରା ଗ୍ରାମରେ ଥିବା ତାଙ୍କ ବାସଭବନକୁ ଆସିବା ପରେ ଏହି ଘଟଣା ଘଟିଥିଲା। ଏହି ଗାଁ ଲାହୋରଠାରୁ ପ୍ରାୟ ୩୫୦ କିଲୋମିଟର ଦୂରରେ। ବିଳମ୍ବିତ ରାତିରେ ୪ ବଳତ୍କାରୀ ପୋଲିସ ୟୁନିଫର୍ମରେ ଘର ଭିତରକୁ ପଶି ପରିବାର ଲୋକଙ୍କୁ ବନ୍ଧକ ରଖି ନବ ବିବାହିତାଙ୍କୁ ବଳାତ୍କାର କରିଥିଲେ। ଏଥିସହିତ ଘରୁ ସମସ୍ତ ଅଳଙ୍କାର ଏବଂ ଲକ୍ଷାଧିକ ଟଙ୍କା ମଧ୍ୟ ଲୁଟି ନେଇଥିଲେ। ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନବ ବିବାହିତା ଏବଂ ତାଙ୍କ ସ୍ବାମୀଙ୍କୁ ଉଦ୍ଧାର କରିଥିଲା।

ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅପରାଧୀଙ୍କୁ ଶୀଘ୍ର ଗିରଫ କରିବା ଏବଂ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଓସମାନ ବୁଜଦାର ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ପାକିସ୍ତାନରେ ଜଣେ ମହିଳାଙ୍କୁ ପରିବାର ସାମ୍ନାରେ କାର୍‌ରେ ଗଣବଳାତ୍କାର କରାଯାଇଥିଲା। କାର୍‌ଟି ଭାଙ୍ଗିଯିବାରୁ ପରିବାର ଲୋକ ରାସ୍ତା ପାର୍ଶ୍ୱରେ ଅଟକି ରହିଥିଲେ। ଏହି ଘଟଣାକୁ ପାକିସ୍ତାନରେ ବ୍ୟାପକ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri