ବର୍ଷର ଶେଷ ଦିନ, ନୂଆ ବର୍ଷରେ ପିକ୍‌ନିକ୍‌ ମନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ସରକାର ଏଭଳି ପଦକ୍ଷେପ ନେଇଛନ୍ତି।

ଗାଇଡ୍‌ଲାଇନ ଅନୁଯାୟୀ, ନୂଆବର୍ଷ ପାଇଁ ଡିସେମ୍ବର ୩୧ ତାରିଖରେ ହୋଟେଲ୍‌, ରେଷ୍ଟୁରାଣ୍ଟ, କ୍ଲବ୍‌, ପାର୍କରେ ଜିରୋନାଇଟ୍‌ ପାଳନକୁ ବାରଣ କରାଯାଇଛି। ସେହିପରି ପ୍ରେକ୍ଷାଳୟ, କଲ୍ୟାଣ ମଣ୍ଡପ ଆଦି ସର୍ବସାଧାରଣ ସ୍ଥାନରେ ମଧ୍ୟ ସେଲିବ୍ରେଶନ କରିବାକୁ ମନା କରାଯାଇଛି। ଏଥିସହିତ ଡିସେମ୍ବର ୩୧ ଓ ଜାନୁୟାରୀ ୧ ତାରିଖରେ ପିକ୍‌ନିକ୍‌ କରିବାକୁ ମଧ୍ୟ ସରକାର ବାରଣ କରିଛନ୍ତି।
ସେହିପରି ଅନ୍ୟ କୌଣସି ସ୍ଥାନରେ ଅଧିକ ସଂଖ୍ୟକ ଲୋକ ଏକାଠି ହୋଇ ଜିରୋନାଇଟ୍‌ ସେଲିବ୍ରେଶନ କରିବାକୁ ମଧ୍ୟ ବାରଣ କରାଯାଇଛି। କରୋନା ଯୋଗୁ ଚଳିତ ବର୍ଷ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୂଜା ପାର୍ବଣ ଉପରେ କଟକଣା ଲଗାଯାଇଛି। ଯେହେତୁ ଜିରୋନାଇଟ୍‌ରେ ଲୋକଙ୍କର ଗହଳି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। କରୋନାର ନୂଆ ଭାରିଆଣ୍ଟ ଯୋଗୁ ସଂକ୍ରମଣ ମାମଲା ବଢ଼ୁଥିବାରୁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି । ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ ଡିସେମ୍ବର ୧ରୁ ଜାନୁୟାରୀ ୧ ଯାଏ ବଳବତ୍ତର ରହିବ ।
ପୂର୍ବଭଳି ସମସ୍ତ ସହରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏ ବଳବତ୍ତର ରହିବ। ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ଯ୍ୟକ୍ରମ ହୋଇପାରିବ ନାହିଁ । ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ। ତେବେ ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ । କୋଭିଡ୍‌ କଟକଣା ମଧ୍ୟରେ ୫୦ ପ୍ରତିଶତ ସିଟ୍‌ କ୍ଷମତାରେ ସିନେମା ହଲ୍‌ ଚାଲିବ । ବାହାଘର, ବ୍ରତଘର ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri