ବର୍ଷର ଶେଷ ଦିନ, ନୂଆ ବର୍ଷରେ ପିକ୍‌ନିକ୍‌ ମନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଗତବର୍ଷ ଭଳି ଏଥର ମଧ୍ୟ ନୂଆବର୍ଷ ପାଳନ ଫିକା ପଡ଼ିବ। ରାଜ୍ୟରେ ଏଥର ଜିରୋନାଇଟ୍‌ ସେଲିବ୍ରେଶନ ହୋଇପାରିବ ନାହିଁ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଡିସେମ୍ବର କୋଭିଡ୍‌ ଗାଇଡ୍‌ଲାଇନରେ ଏହା ସ୍ପଷ୍ଟ କରାଯାଇଛି। କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ସରକାର ଏଭଳି ପଦକ୍ଷେପ ନେଇଛନ୍ତି।

ଗାଇଡ୍‌ଲାଇନ ଅନୁଯାୟୀ, ନୂଆବର୍ଷ ପାଇଁ ଡିସେମ୍ବର ୩୧ ତାରିଖରେ ହୋଟେଲ୍‌, ରେଷ୍ଟୁରାଣ୍ଟ, କ୍ଲବ୍‌, ପାର୍କରେ ଜିରୋନାଇଟ୍‌ ପାଳନକୁ ବାରଣ କରାଯାଇଛି। ସେହିପରି ପ୍ରେକ୍ଷାଳୟ, କଲ୍ୟାଣ ମଣ୍ଡପ ଆଦି ସର୍ବସାଧାରଣ ସ୍ଥାନରେ ମଧ୍ୟ ସେଲିବ୍ରେଶନ କରିବାକୁ ମନା କରାଯାଇଛି। ଏଥିସହିତ ଡିସେମ୍ବର ୩୧ ଓ ଜାନୁୟାରୀ ୧ ତାରିଖରେ ପିକ୍‌ନିକ୍‌ କରିବାକୁ ମଧ୍ୟ ସରକାର ବାରଣ କରିଛନ୍ତି।
ସେହିପରି ଅନ୍ୟ କୌଣସି ସ୍ଥାନରେ ଅଧିକ ସଂଖ୍ୟକ ଲୋକ ଏକାଠି ହୋଇ ଜିରୋନାଇଟ୍‌ ସେଲିବ୍ରେଶନ କରିବାକୁ ମଧ୍ୟ ବାରଣ କରାଯାଇଛି। କରୋନା ଯୋଗୁ ଚଳିତ ବର୍ଷ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୂଜା ପାର୍ବଣ ଉପରେ କଟକଣା ଲଗାଯାଇଛି। ଯେହେତୁ ଜିରୋନାଇଟ୍‌ରେ ଲୋକଙ୍କର ଗହଳି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। କରୋନାର ନୂଆ ଭାରିଆଣ୍ଟ ଯୋଗୁ ସଂକ୍ରମଣ ମାମଲା ବଢ଼ୁଥିବାରୁ ରାଜ୍ୟ ସରକାର ଆଗୁଆ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି । ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ଗାଇଡ୍‌ଲାଇନ ଡିସେମ୍ବର ୧ରୁ ଜାନୁୟାରୀ ୧ ଯାଏ ବଳବତ୍ତର ରହିବ ।
ପୂର୍ବଭଳି ସମସ୍ତ ସହରାଞ୍ଚଳରେ ରାତ୍ରିକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ଯାଏ ବଳବତ୍ତର ରହିବ। ସାମାଜିକ, ଧାର୍ମିକ ଓ ରାଜନୈତିକ କାର୍ଯ୍ୟକ୍ରମ ହୋଇପାରିବ ନାହିଁ । ବାଣିଜ୍ୟ ମେଳା, ପ୍ରଦର୍ଶନୀ ମଧ୍ୟ ବନ୍ଦ ରହିବ। ତେବେ ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ପ୍ରଶାସନ ଅନୁମତି କ୍ରମେ ସର୍ବାଧିକ ୨ ହଜାର ଲୋକଙ୍କୁ ନେଇ ହୋଇପାରିବ । କୋଭିଡ୍‌ କଟକଣା ମଧ୍ୟରେ ୫୦ ପ୍ରତିଶତ ସିଟ୍‌ କ୍ଷମତାରେ ସିନେମା ହଲ୍‌ ଚାଲିବ । ବାହାଘର, ବ୍ରତଘର ଓ ଅନ୍ତ୍ୟେଷ୍ଟିକ୍ରିୟାରେ ସର୍ବାଧିକ ୨୫୦ ଜଣ ସାମିଲ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri