ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲାର ହିନ୍ଦୋଳ ଏନ୍ଏସି ନିର୍ବାଚନକୁ ମଝିରେ ମାତ୍ର ଦିନଟିଏ ବାକି। ଏଥିଲାଗି ଅବଗଣନା ଆରମ୍ଭ ହୋଇସାରିଥିବାବେଳେ ଶନିବାର ପ୍ରଚାର ସରିଛି। ଶେଷ ଦିନରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା, କଂଗ୍ରେସର ନେତୃବୃନ୍ଦ ବିଭିନ୍ନ ଓ୍ବାର୍ଡରେ ମାରାଥନ୍ ପ୍ରଚାର କରି ଶକ୍ତି ପ୍ରଦର୍ଶନ କରିଛନ୍ତି।
ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ ଏବଂ କେନ୍ଦ୍ରୀୟ ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରି ପ୍ରଚାର ମଇଦାନକୁ ଓହ୍ଲାଇଥିଲା ବିଜେଡି। ନିର୍ବାଚନ ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରଚାର ମଙ୍ଗ ଧରିଥିଲେ। ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଜିଲା ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର, ରାଜ୍ୟ ମହିଳା ଉପସଭାନେତ୍ରୀ ସାଇଶ୍ରୀ ପଟ୍ଟନାୟକ ପ୍ରମୁଖ ଘର ଘର ବୁଲି ଭୋଟ ମାଗିବା ସହ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ନିବେଦନ କରିଥିଲେ।
ସେହିପରି ରାଜ୍ୟରେ ଦୁର୍ନୀତି, କେନ୍ଦ୍ରୀୟ ଯୋଜନାରେ ହେଉଥିବା ବାଟମାରଣାକୁ ପ୍ରସଙ୍ଗ କରିଛି ଭାଜପା। ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ଜିଲା ସଭାପତି ନରେଶ ମହାପାତ୍ର, ରାମଚନ୍ଦ୍ର ପାତ୍ର, ଜିଲା ସାଧାରଣ ସମ୍ପାଦକ ସୁନୀଲ ଶର୍ମା, ଦୀପକ ପ୍ରସାଦ ପଟ୍ଟନାୟକ ପ୍ରମୁଖ ବିଜେଡି ସରକାର ସମୟରେ ହେଉଥିବା ଦୁର୍ନୀତି, ବିଭିନ୍ନ କ୍ଷେତ୍ରରେ ଅନିୟମିତତା ଏବଂ ନାରୀ ନିର୍ଯାତନାକୁ ମୁଖ୍ୟ ପ୍ରସଙ୍ଗ କରି ବିଭିନ୍ନ ଓ୍ବାର୍ଡ ବୁଲି ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ କରିଥିଲେ।
ଅନ୍ୟପଟେ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଶେଷଦିନରେ ପ୍ରଚାରରେ ସାମିଲ ହୋଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ଏଥିସହ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରିବାକୁ ନିବେଦନ କରିଥିଲେ। ତାଙ୍କ ସହ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ବରିଷ୍ଠ ନେତା ବିପ୍ଳବ ଜେନା, ରତିକାନ୍ତ ଗଡ଼ନାୟକ, ସୁବାସ ଚନ୍ଦ୍ର ପାଲ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସ୍ମିତାରାଣୀ ସାମଲ, ଶିଳ୍ପୀଶ୍ରୀ ହରିଚନ୍ଦନ ପ୍ରମୁଖ ପ୍ରଚାର ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ।
୨୦୧୪ ନିର୍ବାଚନ ପୂର୍ବରୁ ହିନ୍ଦୋଳ ଏନ୍ଏସି ହାତେଇବା ବିଜେଡି, କଂଗ୍ରେସ ଏବଂ ଭାଜପା ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ଦଳୀୟ ପ୍ରାର୍ଥୀମାନେ ନିର୍ବାଚନ ବୈତରଣୀ ପାର ହେବାକୁ ଜୋର୍ ଲଗାଇ ଦେଇଛନ୍ତି। କେତେକ ଓ୍ବାର୍ଡରେ ସ୍ବାଧୀନ ପ୍ରାର୍ଥୀମାନେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବା ସମ୍ଭାବନା ଥିବାରୁ ସବୁ ଦଳର ରାଜନୈତିକ ନେତୃବୃନ୍ଦ ସେମାନଙ୍କ ଉପରେ ନଜର ରଖିବା ସହ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛନ୍ତି।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

