ଶେଷ ଦିନରେ କମ୍ପିଲା ପ୍ରଚାର ମଇଦାନ

ଢେଙ୍କାନାଳ ଅଫିସ, ୨।୪: ଢେଙ୍କାନାଳ ଜିଲାର ହିନ୍ଦୋଳ ଏନ୍‌ଏସି ନିର୍ବାଚନକୁ ମଝିରେ ମାତ୍ର ଦିନଟିଏ ବାକି। ଏଥିଲାଗି ଅବଗଣନା ଆରମ୍ଭ ହୋଇସାରିଥିବାବେଳେ ଶନିବାର ପ୍ରଚାର ସରିଛି। ଶେଷ ଦିନରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା, କଂଗ୍ରେସର ନେତୃବୃନ୍ଦ ବିଭିନ୍ନ ଓ୍ବାର୍ଡରେ ମାରାଥନ୍‌ ପ୍ରଚାର କରି ଶକ୍ତି ପ୍ରଦର୍ଶନ କରିଛନ୍ତି।
ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ ଏବଂ କେନ୍ଦ୍ରୀୟ ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରି ପ୍ରଚାର ମଇଦାନକୁ ଓହ୍ଲାଇଥିଲା ବିଜେଡି। ନିର୍ବାଚନ ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକ ତଥା ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରଚାର ମଙ୍ଗ ଧରିଥିଲେ। ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଜିଲା ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର, ରାଜ୍ୟ ମହିଳା ଉପସଭାନେତ୍ରୀ ସାଇଶ୍ରୀ ପଟ୍ଟନାୟକ ପ୍ରମୁଖ ଘର ଘର ବୁଲି ଭୋଟ ମାଗିବା ସହ ଦଳୀୟ ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟୀ କରିବା ପାଇଁ ନିବେଦନ କରିଥିଲେ।
ସେହିପରି ରାଜ୍ୟରେ ଦୁର୍ନୀତି, କେନ୍ଦ୍ରୀୟ ଯୋଜନାରେ ହେଉଥିବା ବାଟମାରଣାକୁ ପ୍ରସଙ୍ଗ କରିଛି ଭାଜପା। ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ଜିଲା ସଭାପତି ନରେଶ ମହାପାତ୍ର, ରାମଚନ୍ଦ୍ର ପାତ୍ର, ଜିଲା ସାଧାରଣ ସମ୍ପାଦକ ସୁନୀଲ ଶର୍ମା, ଦୀପକ ପ୍ରସାଦ ପଟ୍ଟନାୟକ ପ୍ରମୁଖ ବିଜେଡି ସରକାର ସମୟରେ ହେଉଥିବା ଦୁର୍ନୀତି, ବିଭିନ୍ନ କ୍ଷେତ୍ରରେ ଅନିୟମିତତା ଏବଂ ନାରୀ ନିର୍ଯାତନାକୁ ମୁଖ୍ୟ ପ୍ରସଙ୍ଗ କରି ବିଭିନ୍ନ ଓ୍ବାର୍ଡ ବୁଲି ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ କରିଥିଲେ।
ଅନ୍ୟପଟେ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଶେଷଦିନରେ ପ୍ରଚାରରେ ସାମିଲ ହୋଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ। ଏଥିସହ ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରିବାକୁ ନିବେଦନ କରିଥିଲେ। ତାଙ୍କ ସହ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ବରିଷ୍ଠ ନେତା ବିପ୍ଳବ ଜେନା, ରତିକାନ୍ତ ଗଡ଼ନାୟକ, ସୁବାସ ଚନ୍ଦ୍ର ପାଲ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସ୍ମିତାରାଣୀ ସାମଲ, ଶିଳ୍ପୀଶ୍ରୀ ହରିଚନ୍ଦନ ପ୍ରମୁଖ ପ୍ରଚାର ଶୋଭାଯାତ୍ରାରେ ଅଂଶଗ୍ରହଣ କରିଥିଲେ।
୨୦୧୪ ନିର୍ବାଚନ ପୂର୍ବରୁ ହିନ୍ଦୋଳ ଏନ୍‌ଏସି ହାତେଇବା ବିଜେଡି, କଂଗ୍ରେସ ଏବଂ ଭାଜପା ପାଇଁ ସମ୍ମାନର ପ୍ରଶ୍ନ ହୋଇଛି। ଦଳୀୟ ପ୍ରାର୍ଥୀମାନେ ନିର୍ବାଚନ ବୈତରଣୀ ପାର ହେବାକୁ ଜୋର୍‌ ଲଗାଇ ଦେଇଛନ୍ତି। କେତେକ ଓ୍ବାର୍ଡରେ ସ୍ବାଧୀନ ପ୍ରାର୍ଥୀମାନେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବା ସମ୍ଭାବନା ଥିବାରୁ ସବୁ ଦଳର ରାଜନୈତିକ ନେତୃବୃନ୍ଦ ସେମାନଙ୍କ ଉପରେ ନଜର ରଖିବା ସହ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri