Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଜନ୍ମିତ ଶିଶୁଙ୍କୁ ମିଳିବ ସୁନା ମୁଦି, ବଣ୍ଟାଯିବ ୭୨୦ କିଲୋ ମାଛ

ଚେନ୍ନାଇ,୧୬।୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ସେପ୍ଟେମ୍ବର ୧୭ରେ ୭୨ ବର୍ଷରେ ପଦାର୍ପଣ କରିବେ। ତାଙ୍କ ଜନ୍ମଦିନକୁ ନେଇ ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ରହିଛି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ବିଭିନ୍ନ ପ୍ରସ୍ତୁତି ଚାଲିଛି। ସେପଟେ ଭାଜପାର ତାମିଲନାଡୁ ୟୁନିଟ ସ୍ବତନ୍ତ୍ର ବ୍ୟବସ୍ଥା କରିଛି।
ଏଠାରେ ମୋଦିଙ୍କ ଜନ୍ମଦିନରେ ଜନ୍ମ ହୋଇଥିବା ପିଲାମାନଙ୍କୁ ସୁନା ମୁଦି ଦେବାକୁ ନିଷ୍ପତ୍ତି ନିଆଯାଇଛି। କେବଳ ଏତିକି ନୁହେଁ, ଏହି ଦିନ ୭୨୦ କିଲୋଗ୍ରାମ ମାଛ ବଣ୍ଟନ କରିବାର ଯୋଜନା ମଧ୍ୟ ଅଛି।
ପିଲାମାନଙ୍କୁ ଏକ ସୁନା ମୁଦି ପ୍ରାୟ ଦୁଇ ଗ୍ରାମ ହେବ, ଯାହାର ମୂଲ୍ୟ ପ୍ରାୟ ୫୦୦୦ ଟଙ୍କା ହେବ। ଚେନ୍ନାଇର ଆରଏସଆରଏସ୍‌ ହସ୍ପିଟାଲରେ ଜନ୍ମିତ ଶିଶୁଙ୍କୁ ସୁନା ମୁଦି ଦିଆଯିବ ବୋଲି ଚୟନ କରାଯାଇଛି। ଶନିବାର ଏହି ଡାକ୍ତରଖାନାରେ ୧୫ ରୁ ୨୦ ଶିଶୁ ଜନ୍ମ ହେବେ। ୭୨୦ କିଲୋଗ୍ରାମ ମାଛ ବଣ୍ଟନ ପାଇଁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ନିର୍ବାଚନମଣ୍ଡଳୀକୁ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri