ଦ୍ୱିତୀୟ ଦିନରେ ନଛିପୁରରେ ଧୂମଧାମ୍‌ରେ ଚାଲିଛି ରଜପର୍ବ

ନୟାଗଡ଼,୧୫ା୬(ଲୋକନାଥ ମିଶ୍ର): ଓଡ଼ିଶାର ଲୋକ ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖିବାର ନିଚ୍ଛକ ପ୍ରୟାସ ସ୍ବରୂପ ନୟାଗଡ଼ ଜିଲା, ଇକିରି ପଞ୍ଚାୟତର ନଛିପୁରରେ ପ୍ରତିବର୍ଷ ବେଶ୍‌ ଧୁମ୍‌ଧାମ୍‌ରେ ପାଳିତ ହେଉଛି ରଜପର୍ବ। ଚଳିତ ବର୍ଷ ମଧ୍ୟ ରଜ ମଉଜ ଆରମ୍ଭ ହୋଇଯାଇଛି। ପହିଲି ରଜ ଅବସରରେ ଝୋଟି, ଲେମନ୍‌ ସ୍ପୁନ୍‌, ପାନଭଙ୍ଗା, ବିସ୍କୁଟ ଖାଇବା, ମ୍ୟୁଜିକ ଚେୟାର, ପୁଚି ଓ ହୁଳହୁଳି ପ୍ରତିଯୋଗିତା ଆୟୋଜନ ହୋଇଥିଲା। ତା’ସହ ମାଠିଆ ଭଙ୍ଗା ପ୍ରତିଯୋଗିତା ଥିଲା ଅନ୍ୟତମ ମୁଖ୍ୟ ଆକର୍ଷଣ। ଗାଁ ଝିଅମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ ବି କରାଯାଇଥିଲା।

ଏଥିରେ ନୟାଗଡ଼ ବିଧାୟକ ଡ଼. ଅରୁଣ ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କହିଛନ୍ତି ଯେ, ନଛିପୁରର ରଜ ଉତ୍ସବ ଓଡ଼ିଶାରେ ସ୍ବତନ୍ତ୍ର। ଆଜି ରଜ ସଂକ୍ରାନ୍ତି ଅବସରରେ ସନ୍ଧ୍ୟାରେ ସହ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହେବ। ନଛିପୁରର ଆଲୋକ ଜ୍ୟୋତି ୟୁଥ୍‌ ପାଓ୍ବାର କ୍ଲବ ଓ ଗ୍ରାମବାସୀ ମିଳିତଭାବେ ଏହି ରଜ କାର୍ଯ୍ୟକ୍ରମ ଆୟୋଜନ କାର୍ଯ୍ୟ ତୁଲାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ

ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…

ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍‌ ଅଫିସ୍‌ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ

ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ…

ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…

ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍‌ ପୃଥକ୍‌ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ…

ଭେଷଜ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବି, ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ

ନୟାଗଡ଼, ୨୪।୨(ଲୋକନାଥ ମିଶ୍ର): ଭେଷଜ ମେଡିକାଲ କଲେଜ ପାଇଁ ନୟାଗଡ଼ ଜିଲା ସଦର ମହକୁମା ମଙ୍ଗଳବାର ସକାଳ ୬ରୁ ବନ୍ଦ ହୋଇଛି । ନୟାଗଡ଼ ସହରର ବ୍ୟବସାୟୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri