ରାଜଧାନୀ ରାସ୍ତାରେ ଡଙ୍ଗା ରଖି ପ୍ରତିବାଦ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ବର୍ଷାଦିନେ ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ଜନଗହଳିପୂର୍ଣ ସ୍ଥାନ ଜଳାର୍ଣ୍ଣବ ହୋଇଯାଉଛି। ବର୍ଷାଜଳରେ ଯାନବାହାନ ବୁଡ଼ିଯାଉଛି। ପ୍ରତିବର୍ଷ ଏଭଳି ସମସ୍ୟା ଲାଗି ରହିଥିବାବେଳେ ସରକାର ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି, ଯାହାର ଅଭିନବ ପ୍ରତିବାଦ ଜଣାଇଛି ଛାତ୍ର ଏବଂ ଭୁବନେଶ୍ୱର ଜିଲା କଂଗ୍ରେସ। ଦଳୀୟ କାର୍ଯ୍ୟକର୍ତ୍ତାମାନେ ଶୁକ୍ରବାର ମାଷ୍ଟରକ୍ୟାଣ୍ଟିନ ଛକ ରାସ୍ତା ଉପରେ ପ୍ରତୀକାତ୍ମକ ଭାବେ ଏକ ଡଙ୍ଗା ରଖି ଏହାକୁ ଚଳାଇବାର ଅଭିନୟ କରିବା ସହିତ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।
ଆୟୋଜିତ କାର୍ଯ୍ୟକ୍ରମରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇ କହିଲେ, ନବୀନ ସରକାରର ୨୧ ବର୍ଷର ଶାସନ ରାଜ୍ୟର ସଡ଼କପଥ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଭୁବନେଶ୍ୱରରେ ରାସ୍ତାଘାଟର ଉନ୍ନତି ଲାଗି ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିଲେ ମଧ୍ୟ ଅବସ୍ଥାରେ ପରିବର୍ତ୍ତନ ହେଉନାହିଁ। ବ୍ୟାପକ ଅର୍ଥ ବାଟମାରଣା ହେଉଛି। ଜଳ ନିଷ୍କାସନର ବ୍ୟବସ୍ଥା ନାହିଁ। ଲୋକଙ୍କ ଘରେ ପାଣି ପଶୁଛି। ଭୁବନେଶ୍ୱରବାସୀ ପ୍ରତିବର୍ଷ ଜଳବନ୍ଦୀ ସମସ୍ୟା ଭୋଗୁଛନ୍ତି। ନୟାପଲ୍ଲୀ ଇସ୍କନ ମନ୍ଦିର ପାଖ, ବମିଖାଲ, ଜନପଥ, ବାପୁଜୀ ନଗର, ଏରୋଡ୍ରମ ଏରିଆ, ବିଜେପି ନଗର, ଡୁମୁଡୁମା ଆଦି ଅଞ୍ଚଳରେ ବର୍ଷାଜନିତ ପରିସ୍ଥିତି ଅତି ଦୟନୀୟ। ତେଣୁ ରାଜଧାନୀର ୬୭ ୱାର୍ଡରେ ବର୍ଷାଦିନେ ଯାତାୟାତ କରିବା ଲାଗି ‘ମୋ ଡଙ୍ଗା ଯୋଜନା’ରେ ସରକାର ଡଙ୍ଗା ବ୍ୟବସ୍ଥା କରନ୍ତୁ ବୋଲି ଜଟଣୀ ବିଧାୟକ ତାତ୍ସଲ୍ୟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri