ତୃତୀୟ ଦିନରେ ମହାନଦୀ ଟ୍ରିବ୍ୟୁନାଲର ୨ ଜିଲା ଗସ୍ତ

ସମ୍ବଲପୁର/ସୁନ୍ଦରଗଡ଼,୨୩ା୫(ବ୍ୟୁରୋ/ଡି.ଏନ.ଏ.): ମହାନଦୀ ଜଳ ବିବାଦକୁ ନେଇ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ଟିମ୍‌ ସୋମବାର ତୃତୀୟ ଦିନରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା ଗସ୍ତ କରିଛନ୍ତି। ସକାଳେ ଟିମ୍‌୍‌ ସଦସ୍ୟ ବୁର୍ଲା ଆଶୋକ ନିବାସରୁ ବହାରି ପ୍ରଥମେ ଝାରସୁଗୁଡ଼ା ଓପିଜିସିର ଇନ୍‌ଟେକ ପଏଣ୍ଟ ବୁଲି ଦେଖିଥିଲେ। କମ୍ପାନୀ ଜଳଭଣ୍ଡାରରୁ କେତେ ପରିମାଣ ପାଣି ପାଇଁ ଅନୁମତି ନେଇଛି ଓ କେତେ ପାଣି ନେଉଛି ତାହା ଯାଞ୍ଚ କରିଥିଲେ। ଏହା ପରେ ବନହରପାଲିସ୍ଥିତ ଇବ୍‌ ଥର୍ମାଲ ପ୍ରକଳ୍ପ ବୁଲି ଦେଖିଥିଲେ। ସେଠାରେ ବିଭିନ୍ନ ସମସ୍ୟା ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ସୁନ୍ଦରଗଡ ଜିଲା ଆଇବି ଡ୍ୟାମ୍‌ ପ୍ରକଳ୍ପ ପରିଦର୍ଶନ କରି ଡ୍ୟାମ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ସବୁଠାରେ ପାଣିର ପ୍ରବାହ ଓ ଅଣ ମୌସୁମୀ ସମୟରେ ସ୍ଥିତି କ’ଣ ରହୁଛି ସେ ସମ୍ପର୍କରେ ଅଧିକାରୀମାନଙ୍କଠାରୁ ପଚାରି ବୁଝିଥିଲେ। ଗସ୍ତ ସମୟରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମଙ୍ଗଳବାର ଏହି ଟିମ୍‌ ନୂଆପଡା ଜିଲା ସାଇପଲା ଡ୍ୟାମ୍‌ ଓ ଅପର ଜୋଙ୍କ ଜଳସେଚନ ପ୍ରକଳ୍ପ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ମହାନଦୀ ଜଳକୁ ନେଇ ଓଡିଶା ଓ ଛତିଶଗଡ ରାଜ୍ୟ ମଧ୍ୟରେ ବିବାଦ ଲାଗିରହିଛି। ଏହି ବିବାଦର ସମାଧାନ ପାଇଁ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ପ୍ରଥମେ ଛତିଶଗଡ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଏହି ଟିମ୍‌ଗତ ରବିବାର ପ୍ରଥମେ ସମ୍ବଲପୁରରେ ପହଞ୍ଚତ୍ ହୀରାକୁଦ ଡ୍ୟାମ ଓ ଅନ୍ୟ ଅଞ୍ଚଳର ବୁଲି ଦେଖିଥିଲେ। ଏହି ୩ଜଣିଆ ଟିମ୍‌ରେ ଅଧ୍ୟକ୍ଷ ଏ.ଏମ୍‌. ଖନଓ୍ବାଲିକର, ସଦସ୍ୟ ଜଷ୍ଟିସ୍‌ ରବି ରଞ୍ଜନ ଓ ସଦସ୍ୟ ଜଷ୍ଟିସ ଇନ୍ଦ୍ରଜିତ କୌର କୋଚିହାର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri