Posted inଖେଳ

ତୃତୀୟ ଦିବସରେ ଓଡ଼ିଶାକୁ ୨ ରୌପ୍ୟ, ୧ ବ୍ରୋଞ୍ଜ

ଭୁବନେଶ୍ୱର, ୧୪।୧୧ (କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଚାଲିଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ତୃତୀୟ ଦିବସରେ ଓଡ଼ିଶା ୨ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିଛି। ୧୬ ବର୍ଷରୁ କମ୍‌ ବାଳକ ହାମର ଥ୍ରୋରେ ଓଁକାର ପ୍ରସାଦ ନନ୍ଦ ରୌପ୍ୟ ପଦକ ପାଇଛନ୍ତି। ସେ ୬୨.୫୮ ମିଟର ଦୂରକୁ ହାମର ପକାଇ ଏହି ସଫଳତା ପାଇଛନ୍ତି। ଉତ୍ତର ପ୍ରଦେଶର ଅବ୍‌ଦୁଲ ରହମାନ (୬୪.୬୧ ମିଟର) ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ଏବଂ ହରିୟାଣାର ରାହୁଲ (୫୬.୪୮) ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ୧୮ ବର୍ଷରୁ କମ୍‌ ବାଳିକା ୧୦୦ ମିଟର ହର୍ଡଲ୍ସରେ ସବିତା ଟପ୍ପୋ ୧୪.୧୬ ସେକେଣ୍ଡ ସମୟ ନେଇ ରୌପ୍ୟ ପଦକ ପାଇଛନ୍ତି। କର୍ନାଟକର ଉନ୍ନଥ ବୋଲାଣ୍ଡ (୧୩.୯୪) ସ୍ବର୍ଣ୍ଣ ଏବଂ ତାମିଲନାଡ଼ୁର ଶିନି ଗ୍ଲାଡସିଆ (୧୪.୬୪) ବ୍ରୋଞ୍ଜ ପଦକ ପାଇଛନ୍ତି। ମହେନ୍ଦ୍ର ସାନ୍ତା, ପଙ୍କଜ ମଣ୍ଡଳ, ଡି. ଜୟରାମ ଓ ବାପି ହାଁସ୍‌ଦାଙ୍କୁ ନେଇ ୧୮ ବର୍ଷରୁ କମ୍‌ ବାଳକ ରିଲେ ଦଳ ମିଡ୍‌ଲେ ରିଲେରେ ୧:୫୭.୩୯ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଛି।

ଆନ୍ଧ୍ରପ୍ରଦେଶ ଓ ତାମିଲନାଡ଼ୁ ଦଳ ଯଥାକ୍ରମେ ୧:୫୫.୯୪ ଏବଂ ୧:୫୭.୩୯ ସେକେଣ୍ଡ ସମୟ ନେଇ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇଛନ୍ତି। ତୃତୀୟ ଦିବସ ଶେଷସୁଦ୍ଧା ଓଡ଼ିଶା ମୋଟ ୪ ସ୍ବର୍ଣ୍ଣ, ୨ ରୌପ୍ୟ ଓ ୧ ବ୍ରୋଞ୍ଜ ପଦକ ପାଇଛି। ପଦକ ବିଜେତାଙ୍କୁ ଓଡ଼ିଶା ଆଥ୍‌ଲେଟିକ୍ସ ଆସୋସିଏଶନ ସମ୍ପାଦକ ଆଶୀର୍ବାଦ ବେହେରା ଅଭିନନ୍ଦନ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri