ଭୋଜି ସାରି ଫେରୁଥିବା ବେଳେ ଦୁର୍ଘଟଣା: ୩୦ ଫୁଟ ପୋଲ ତଳକୁ ଖସିପଡିଲା ବୋଲେରୋ

ବାରିପଦା ଅଫିସ,୭।୧: ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଳନ୍ଦୀ ନଦୀର ବୈରାକୁଣ୍ଡରେ ବଣ ଭୋଜି ସାରି ଫେରୁଥିବା ଏକ ବୋଲେରୋ ସାଳନ୍ଦୀ ନଦୀର ୩୦ଫୁଟ ତଳକୁ ଖସି ପଡିଛି । ଫଳରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ଭରତ ମହାନ୍ତ, ଫାର୍ମାସିଷ୍ଟ କାଳିଚରଣ ରାଉତ, କୋଭିଡ୍‌ ଷ୍ଟାଫ କୁନା ମହାନ୍ତ, ଆଟେଣ୍ଡାଣ୍ଟ ଚନ୍ଦନ ମହାନ୍ତ।

ମିଳିଥିବା ସୂଚନା ମୁତାବକ, ଠାକୁରମୁଣ୍ଡାକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର କର୍ମଚାରୀମାନେ ଭୋଜି କରିବାକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଶୁକ୍ରବାର ରାତିରେ ବୋଲେରୋଟି ଭାରସାମ୍ୟ ହରାଇ ବୈରାକୁଣ୍ଡ-ବାଗଦଫା ରାସ୍ତାର ସାଳନ୍ଦୀ ନଦୀ ପୋଲ ତଳକୁ ଖସି ପଡିଥିଲା। ଖବର ପାଇ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ବୋଲେରୋରେ ଥିବା ୪ଜଣ କର୍ମଚାରୀଙ୍କୁ ଉଦ୍ଧାର କରି ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣାରେ କୋଭିଡ ଷ୍ଟାଫ କୁନାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଘଷିପୁରା ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ଦୁର୍ଘଟଣା ଗ୍ରସ୍ତ ବୋଲେରୋକୁ ପୋଲତଳୁ ଉଦ୍ଧାର କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri