ରାସ୍ତା ମରଣଯନ୍ତା, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ନୂଆଗଡ଼,୧୦ା୭(ପପୁନ ପରିଚ୍ଛା) : ଗଜପତି ଜିଲା ନୂଆଗଡ଼ ସଦର ମହକୁମାଠାରୁ ରାୟଗଡ଼ା ଜିଲା ସୀମାନ୍ତ ଅଞ୍ଜରସିଂ ଗ୍ରାମ ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଅତି ଦୟନୀୟ ହୋଇଛି। ଏହି ଖାଲଖମା ପଥୁରିଆ ରାସ୍ତା ଦେଇ ମରଣକୁ ବାଜି ଲଗାଇ ବହୁକଷ୍ଟରେ ସ୍ବାସ୍ଥ୍ୟ, ଶିକ୍ଷା, ବାଣିଜ୍ୟ ବ୍ୟବସାୟୀ କାରବାର ନିମନ୍ତେ ପ୍ରତିଦିନ ଯିବା ଆସିବା କରିଥାନ୍ତି ଶତାଧିକ ଅଞ୍ଚଳ ବାସୀ। ରାସ୍ତାର ଅବସ୍ଥା ଶୋଚନୀୟ ହୋଇଥିବା ଯୋଗୁ ନାହିଁ ନଥିବା ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ। ଖରାଦିନେ ଯେମିତି ସେମିତି ଚଳି ଯାଉଥିବା ବେଳେ ବର୍ଷା ଦିନେ ଗାଡ଼ି ମଟର ଯିବା ତ ଦୂରର କଥା ଚାଲିଚାଲି ଯିବା ମଧ୍ୟ ସମ୍ଭବ ହେଉନି। ଦୁର୍ଗମ ଆଦିବାସୀ ଅଞ୍ଚଳ ହୋଇଥିବାରୁ ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ପଡ଼ୁନଥିବା ଲୋକେ ଅଭିଯୋଗ କରିଛନ୍ତି। ବିଭିନ୍ନ ସମୟରେ ପଥଚାରୀମାନଙ୍କ ଦୁର୍ଘଟଣା ଘଟି ନିରୀହ ଲୋକଙ୍କ ଧନ ଜୀବନ ନଷ୍ଟ ହେଉଥିବା ନଜିର ରହିଛି। ରାସ୍ତା ସମସ୍ୟା ଯୋଗୁ ଆମ୍ବୁଲାନ୍ସ ସେବାରୁ ବଞ୍ଚିତ ହୋଇ ଦୁର୍ଘଟଣା କିମ୍ବା ଅସୁସ୍ଥ ବ୍ୟକ୍ତି ଏବଂ ଗର୍ଭବତୀ ମହିଳାମାନଙ୍କୁ ଖଟିଆରେ ବୋହି ସ୍ବାସ୍ଥ୍ୟକେନ୍ଦ୍ର ନେବାକୁ ବାଧ୍ୟ ହେଉଛନ୍ତି ଲୋକେ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ମାଧ୍ୟମରେ ପକ୍କା ରାସ୍ତା ନିର୍ମାଣ କରିବା ପାଇଁ ଅଭିଯୋଗ ଶୁଣାଣିରେ ଆବେଦନ କଲେ ମଧ୍ୟ କାର୍ଯ୍ୟକାରୀ ହେଉନଥିବା ଅଞ୍ଚଳବାସୀ କହିଛନ୍ତି। ରାୟଗଡ଼ା ଜିଲାର ସୀମାକୁ ଏହି ରାସ୍ତା ମାତ୍ର ୫ କିଲୋମିଟର। ପଡୋଶୀ ଜିଲା ନିଜ ସୀମା ପର୍ଯ୍ୟନ୍ତ ପକ୍କା ରାସ୍ତା କରିଥିଲେ ମଧ୍ୟ ଜିଲାର ସୀମାଠାରୁ ନୂଆଗଡ଼ ପର୍ଯ୍ୟନ୍ତ ଆଜି ପର୍ଯ୍ୟନ୍ତ ପକ୍କା ରାସ୍ତା ନିର୍ମାଣ ହୋଇନାହିଁ। ବ୍ଲକର ଲୁହାଙ୍ଗର ପଞ୍ଚାୟତର କିଜାଙ୍ଗ, କୁଡିଙ୍ଗଡା, ଏସ.ଅନ୍ତରଡା ଗ୍ରାମର ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ବସବାସ କରୁଥିବା ଗ୍ରାମର ଲୋକେ ଏହି ରାସ୍ତା ଉପରେ ନିର୍ଭର କରନ୍ତି। ନୂଆଗଡ଼ ସଦର ମହକୁମା ଅତି ନିକଟତର ହେଉଥିବାରୁ ସ୍ବାସ୍ଥ୍ୟ, ଶିକ୍ଷା, ବାଣିଜ୍ୟ ବ୍ୟବସାୟ ନିମନ୍ତେ ନିର୍ଭର କରିଥାନ୍ତି ଲୋକେ। ନୂଆଗଡ଼ ବ୍ଲକ ଅଞ୍ଚଳର ଲୋକେ ପଡ଼ୋଶୀ ଜିଲାକୁ କମ ଦୂରତା ସକାଶେ ବାଣିଜ୍ୟ ବ୍ୟବସାୟୀ କାରବାର କରିବା ପାଇଁ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ଏହି ସୀମାବର୍ତ୍ତି ଉପାନ୍ତ ଦୁର୍ଗମ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣ ପ୍ରତି ପ୍ରଶାସନର ଦୃଷ୍ଟି ଆଢ଼ୁଆଳରେ ରହିବା ସହିତ ତତ୍ପରତା ଦେଖାଉ ନଥିବାରୁ ଅଞ୍ଚଳର ଜନ ସାଧାରଣଙ୍କ ଠାରୁ ଆରମ୍ଭ କରି ବୁଦ୍ଧିଜୀବିମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ବ୍ଲକ ଏବଂ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ତୁରନ୍ତ ପକ୍କା ରାସ୍ତା ନିର୍ମାଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri