ଖଟିଆରେ ବୁହାହୋଇ ହସ୍ପିଟାଲ ଆସୁଥିଲେ ଗର୍ଭବତୀ: ବାଟରେ ହେଲା ପ୍ରସବ

ଜୁନାଗଡ଼,୧୮।୨(ଅଂଶୁମାନ ଯୋଷୀ): କଳାହାଣ୍ଡିରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ତାହାପୁଣି ଜିଲାର ଜୁନାଗଡ଼ ବ୍ଲକରେ। ବ୍ଲକର ଦାସିଗଁା ପଞ୍ଚାୟତ କିଞ୍ଜିକନା ଗ୍ରାମକୁ ଯିବା ପାଇଁ ଭଳ ରାସ୍ତାଟିଏ ନାହଁି। ଏଭଳି ସ୍ଥିତିରେ ରବିବାର ଗ୍ରାମର ରାଇମତି ମାଝୀ(୨୭)ଙ୍କ ପ୍ରସବ ବେଦନା ହୋଇଥିଲା। ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଫୋନ୍‌ କରି ଜଣାଇଥିଲେ। ଆମ୍ବୁଲାନ୍ସ ରାସ୍ତା ଖରାପ ଯୋଗୁ ଗଁାକୁ ଆସି ନ ପାରି ଅଧା ବାଟରେ ଅଟକି ରହିଥିଲା।

ଫଳରେ ଗାଁରୁ ପ୍ରାୟ ୨କି.ମି ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ କର୍ମଚାରୀଙ୍କ ସହାୟତାରେ ଅଣାଯାଉଥିଲା। ହେଲେ ବାଟରେ ରାଇମତି କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ସେତିକିବେଳେ ଆଶା କର୍ମୀ ଉମା ବାଗ ଉପସ୍ଥିତ ଥିଲେ। ପରେ ମା’ ଓ ଶିଶୁଙ୍କୁ ସ୍ଥାନୀୟ ଚିଲଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ମା’ ଓ ଝିଅଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନେ ସୁସ୍ଥ ଥିବାରୁ ଘରକୁ ଫେରି ଯାଇଥିବା ଜଣାପଡିଛି।

ଅନ୍ୟପକ୍ଷେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁଭେନ୍ଦୁ ମେହେର, ବେଣୁଧର ବାଗ ଓ ପ୍ରସନ୍ନ ମାଝୀ ପ୍ରମୁଖ ମାନବିକତା ଦେଖାଇଥିଲେ। ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବା କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri