ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ ନଗରର ଲଳିତା ପାଣିଗ୍ରାହୀ(୭୮)। ଲଳିତା ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବ୍ରହ୍ମପୁର ଯାଉଥିଲେ।

ଶେରଗଡ଼ରୁ ଏକ ମିନିବସ ଯୋଗେ ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ପରେ ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସରେ ଚଢିଥିଲେ। ବସ ଗହଳି ଥିଲା। ସିଟ ନ ଥିଲା। ସେ ଅସୁସ୍ଥ ଥିବା ଜାଣିବା ପରେ କିଛି ଯାତ୍ରୀ ତାଙ୍କୁ ସିଟ ଛାଡିଥିଲେ। ହେଲେ ବସ ଛାଡ଼ିବା ପୂର୍ବରୁ ସେ ସିଟରେ ଟଳି ପଡ଼ିଥିଲେ। କିଛି ଯାତ୍ରୀ ୧୦୮ ଆମ୍ବୁଲାନ୍ସକୁ ଫୋନ କରିବା ପରେ ଆମ୍ବୁଲାନ୍ସ ପହଞ୍ଚି ଥିଲା। ଆମ୍ବୁଲାନ୍ସ କର୍ମଚାରୀ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୃଦ୍ଧାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶେରଗଡ଼ର ଜଣେ ଖବରଦାତାଙ୍କ ସୂଚନାକ୍ରମେ ବୃଦ୍ଧାଙ୍କ ପୁଅ ସୀମାଞ୍ଚଳ ତାଙ୍କ ମା’ ବୋଲି ଚିହ୍ନିଥିଲେ। ପରେ ସେ ପରିବାର ଲୋକଙ୍କ ସହ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥିଲେ। ଦିଗପହଣ୍ଡି ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୨/୨୫) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri