ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା ଜଣକ ହେଲେ ଶେରଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ଅନନ୍ତ ନଗରର ଲଳିତା ପାଣିଗ୍ରାହୀ(୭୮)। ଲଳିତା ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବ୍ରହ୍ମପୁର ଯାଉଥିଲେ।

ଶେରଗଡ଼ରୁ ଏକ ମିନିବସ ଯୋଗେ ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ପରେ ଦିଗପହଣ୍ଡି ବ୍ଲକ ଗଡ଼ସାମନ୍ତରାପୁର ଗ୍ରାମରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ବସରେ ଚଢିଥିଲେ। ବସ ଗହଳି ଥିଲା। ସିଟ ନ ଥିଲା। ସେ ଅସୁସ୍ଥ ଥିବା ଜାଣିବା ପରେ କିଛି ଯାତ୍ରୀ ତାଙ୍କୁ ସିଟ ଛାଡିଥିଲେ। ହେଲେ ବସ ଛାଡ଼ିବା ପୂର୍ବରୁ ସେ ସିଟରେ ଟଳି ପଡ଼ିଥିଲେ। କିଛି ଯାତ୍ରୀ ୧୦୮ ଆମ୍ବୁଲାନ୍ସକୁ ଫୋନ କରିବା ପରେ ଆମ୍ବୁଲାନ୍ସ ପହଞ୍ଚି ଥିଲା। ଆମ୍ବୁଲାନ୍ସ କର୍ମଚାରୀ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୃଦ୍ଧାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଶେରଗଡ଼ର ଜଣେ ଖବରଦାତାଙ୍କ ସୂଚନାକ୍ରମେ ବୃଦ୍ଧାଙ୍କ ପୁଅ ସୀମାଞ୍ଚଳ ତାଙ୍କ ମା’ ବୋଲି ଚିହ୍ନିଥିଲେ। ପରେ ସେ ପରିବାର ଲୋକଙ୍କ ସହ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଥିଲେ। ଦିଗପହଣ୍ଡି ପୋଲିସ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା(ନଂ.୨/୨୫) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲେ। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି...

ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା: ଭୁଶୁଡ଼ିଲା କୋଇଲା ହପର, ୩ ଶ୍ରମିକଙ୍କ ପତ୍ତା ମିଳୁନି

ରାଉରକେଲା,୧୭ା୧: ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କମ୍ପାନୀରେ ଗୁରୁବାର ରାତିରେ ଏକ ବଡ଼ ଅଘଟଣ ଘଟିଛି। ଷ୍ଟକ୍‌ ରଖାଯାଇଥିବା କୋଇଲା ହକର ଭୁଶୁଡ଼ି ପଡ଼ିବାରୁ ଏଠାରେ କାମ...

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ...

ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର

ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ...

ଭୟଙ୍କର ଅଗ୍ନିକାଣ୍ଡ: ୨ ପରିବାରର ଘର ଜଳି ପୋଡ଼ି ଛାରଖାର

କେନ୍ଦୁଝର,୧୬।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ଶ୍ରୀ ବଳଦେବଜୀଉ ମନ୍ଦିର ନିକଟରେ ଅଗ୍ନିକାଣ୍ଡ ଘଟି ଦୁଇଟି ପରିବାରର ୭/୮ ଟି ଘର ଜଳି...

ସବୁଠି ଚାଲିଛି ମିଲର୍‌ଙ୍କ ରାଜୁତି, ମିଲର୍‌ଙ୍କ ମନମାନିକୁ ନେଇ ଜିଲା ଯୋଗାଣ ବିଭାଗ ନିକଟରେ ଦ୍ୱାରସ୍ଥ ହେଲେ ଚାଷୀ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଏବେ ସବୁଠି ମିଲର୍‌ଙ୍କ ମନମାନିକୁ ନେଇ ଚାଷୀଙ୍କ ଅଭିଯୋଗ। କେଉଁଠି ମିଲର ୭୫ କେଜି ଧାନ ବସ୍ତାରେ ୭୯ କେଜି ମାଗୁଛନ୍ତି ତ...

ଶୁକ୍ରବାରଠାରୁ ଶିମିଳିପାଳ ଜଗିବେ ପୋଲିସ ଫୋର୍ସ, କଳାବାଘ ହତ୍ୟା ପରେ ତପ୍ତର ପ୍ରଶାସନ

ବାରିପଦା,୧୬।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳରେ ଶୁକ୍ରବାରଠାରୁ ନିୟୋଜିତ ହେବେ ପୋଲିସ ଫୋର୍ସ। ପ୍ରାଥମିକ ପର୍ଯ୍ୟାୟରେ ୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜଏଣ୍ଟ ଟାସ୍କଫୋର୍ସ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri