Posted inଖେଳ

୧୦ ବର୍ଷ ପୂର୍ବେ ଆଜିର ଦିନରେ ଶେଷ ଆଇସିସି ଟାଇଟଲ ଜିତିଥିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୩।୬: ଆଜିର ଦିନ ଅର୍ଥାତ୍‌ ୨୩ ଜୁନ ଭାରତୀୟ କ୍ରିକେଟ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଟିମ ଇଣ୍ଡିଆ ଏହାର ଶେଷ ଆଇସିସି ଟାଇଟଲ ଜିତିଥିଲା। ୧୦ ବର୍ଷ ପୂର୍ବେ ଆଜିର ଦିନରେ କେବଳ ଟିମ ଇଣ୍ଡିଆ ଏହାର ଶେଷ ଆଇସିସି ଟାଇଟଲ ଜିତିନାହିଁ, ମହେନ୍ଦ୍ର ସିଂ ଧୋନି ମଧ୍ୟ ଇତିହାସ ସୃଷ୍ଟି କରିଥିଲେ।

୨୦୧୩ ଜୁନ ୨୩ରେ ଭାରତ ଫାଇନାଲରେ ଇଂଲଣ୍ଡକୁ ପରାସ୍ତ କରି ଆଇସିସି ଚାମ୍ପିଅନ ଟ୍ରଫି ହାତେଇଥିଲା। ଅନ୍ୟପକ୍ଷରେ ଏମଏସ ଧୋନିଙ୍କ ନାମ ମଧ୍ୟ ଏକ ବିଶେଷ ରେକର୍ଡ ଥିଲା, ଯାହା ଆଜି ପର୍ଯ୍ୟନ୍ତ ଭାଙ୍ଗିନାହିଁ ଏବଂ ଏହାର ଭାଙ୍ଗିବା ପ୍ରାୟ ଅସମ୍ଭବ ଅଟେ। ବାସ୍ତବରେ, ୧୦ ବର୍ଷ ପୂର୍ବେ ଧୋନି ଆଇସିସିର ୩ଟି ଅଲଗା ଅଲଗା ଟାଇଟଲ ଜିତିବାର ଦୁନିଆର ପ୍ରଥମ ଅଧିନାୟକ ହୋଇଥିଲେ। ସେ ୨୦୧୩ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ୨୦୧୧ ଦିନିକିଆ ବିଶ୍ୱକପ ଏବଂ ୨୦୦୭ ଟି -୨୦ବିଶ୍ୱକପ ଜିତିଥିଲେ।

ସୂଚନାଯୋଗ୍ୟ, ୨୦୧୩ ଚାମ୍ପିୟନ ଟ୍ରଫିର ଫାଇନାଲ ମ୍ୟାଚରେ ବର୍ଷା ହେତୁ ୨୦-୨୦ ଓଭର ପାଇଁ ଖେଳାଯାଇଥିଲା। ପ୍ରଥମ ଖେଳ ପରେ ଭାରତ ୨୦ ଓଭରରେ ୭ ଉଇକେଟ ପାଇଁ ମାତ୍ର ୧୨୯ ରନ ସଂଗ୍ରହ କରିଥିଲା। ୧୩୦ ରନର ଲକ୍ଷ୍ୟରେ ଇଂଲଣ୍ଡ ପ୍ରଥମରୁ ହିଁ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ୯ମ ଓଭରରେ ଇଂଲଣ୍ଡ ମାତ୍ର ୪୬ ସ୍କୋରରେ ଚାରିଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ହରାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri